ଭୁବନେଶ୍ୱର, ୨୬ ସେପ୍ଟେମ୍ବର (ହି.ସ.) - ଓପିଏସସି ଦ୍ୱାରା ପରିଚାଳିତ ଓଡ଼ିଶା ପ୍ରଶାସନିକ ସେବା ପରୀକ୍ଷାଫଳ ଶୁକ୍ରବାର ପ୍ରକାଶ ପାଇଛି। ଏଥିରେ କୃତକାର୍ଯ୍ୟ ହୋଇଥିବା ସମସ୍ତ ପରୀକ୍ଷାର୍ଥୀଙ୍କୁ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଶୁଭେଚ୍ଛା ଜଣାଇଛନ୍ତି।
ଏକ୍ସରେ ମୁଖ୍ୟମନ୍ତ୍ରୀ ଲେଖିଛନ୍ତି ଓଡ଼ିଶା ପ୍ରଶାସନିକ ସେବା ପରୀକ୍ଷାରେ ସଫଳତା ଅର୍ଜନ କରିଥିବା ସମସ୍ତଙ୍କୁ ମୋର ହାର୍ଦ୍ଦିକ ଅଭିନନ୍ଦନ ଓ ଶୁଭେଚ୍ଛା। ପ୍ରଶାସନିକ ସେବା ଏକ ଗର୍ବର ବିଷୟ ଏବଂ ରାଜ୍ୟର ବିକାଶଧାରାରେ ଏହାର ଗୁରୁତ୍ୱପୂର୍ଣ୍ଣ ଭୂମିକା ରହିଛି। ଆପଣମାନେ ସ୍ୱଚ୍ଛ, ନିରପେକ୍ଷ ଓ ଲୋକାଭିମୁଖୀ ହୋଇ ତୃଣମୂଳସ୍ତରରୁ ରାଜ୍ୟର ବିକାଶ ପାଇଁ କାର୍ଯ୍ୟ କରିବେ ବୋଲି ଆଶା କରୁଛି। ଆପଣମାନଙ୍କ ଭବିଷ୍ୟତ କାର୍ଯ୍ୟକାଳ ଉଜ୍ଜ୍ୱଳ ହେଉ ଏବଂ ବୃତିଗତ ଜୀବନରେ ଆପଣମାନେ ଉନ୍ନତି କରନ୍ତୁ ବୋଲି କାମନା କରୁଛି।
---------------
ହିନ୍ଦୁସ୍ଥାନ ସମାଚାର / ବନ୍ଦନା