ଓସିଏସ କୃତକାର୍ଯ୍ୟଙ୍କୁ ଶୁଭେଚ୍ଛା ଜଣାଇଲେ ଧର୍ମେନ୍ଦ୍ର ପ୍ରଧାନ
ଭୁବନେଶ୍ୱର, ୨୬ ସେପ୍ଟେମ୍ବର (ହି.ସ.) - ଓଡ଼ିଶା ପ୍ରଶାସନିକ ସେବାରେ କୃତକାର୍ଯ୍ୟ ହୋଇଥିବା ସମସ୍ତ ପରୀକ୍ଷାର୍ଥୀଙ୍କୁ କେନ୍ଦ୍ର ଶିକ୍ଷା ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଶୁଭେଚ୍ଛା ଜଣାଇଛନ୍ତି। ଏକ୍ସରେ କେନ୍ଦ୍ରମନ୍ତ୍ରୀ ଲେଖିଛନ୍ତି ଓଡ଼ିଶା ଲୋକସେବା ଆୟୋଗ ଦ୍ୱାରା ପରିଚାଳିତ ‘ଓଡ଼ିଶା ପ୍ରଶାସନିକ ସେବା
ଓସିଏସ କୃତକାର୍ଯ୍ୟଙ୍କୁ ଶୁଭେଚ୍ଛା ଜଣାଇଲେ ଧର୍ମେନ୍ଦ୍ର ପ୍ରଧାନ


ଭୁବନେଶ୍ୱର, ୨୬ ସେପ୍ଟେମ୍ବର (ହି.ସ.) - ଓଡ଼ିଶା ପ୍ରଶାସନିକ ସେବାରେ କୃତକାର୍ଯ୍ୟ ହୋଇଥିବା ସମସ୍ତ ପରୀକ୍ଷାର୍ଥୀଙ୍କୁ କେନ୍ଦ୍ର ଶିକ୍ଷା ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଶୁଭେଚ୍ଛା ଜଣାଇଛନ୍ତି।

ଏକ୍ସରେ କେନ୍ଦ୍ରମନ୍ତ୍ରୀ ଲେଖିଛନ୍ତି ଓଡ଼ିଶା ଲୋକସେବା ଆୟୋଗ ଦ୍ୱାରା ପରିଚାଳିତ ‘ଓଡ଼ିଶା ପ୍ରଶାସନିକ ସେବା – ୨୦୨୩’ ପରୀକ୍ଷାରେ ପ୍ରଥମ ସ୍ଥାନ ଅଧିକାର କରିଥିବା ପ୍ରିୟାଂଶୁ ପାଲଙ୍କ ସମେତ ସମସ୍ତ କୃତକାର୍ଯ୍ୟ ପରୀକ୍ଷାର୍ଥୀଙ୍କୁ ଶୁଭେଚ୍ଛା ଓ ଅଭିନନ୍ଦନ ଜଣାଉଛି । ଆପଣମାନେ ଜନସେବାରେ ନିଜକୁ ସାମିଲ କରିବା ସହ ନିଜର ଦାୟିତ୍ୱ ଓ କର୍ତବ୍ୟକୁ ସୁଚାରୁରୂପେ ନିର୍ବାହ କରିବେ ବୋଲି ଆଶା ।

---------------

ହିନ୍ଦୁସ୍ଥାନ ସମାଚାର / ବନ୍ଦନା


 rajesh pande