ଭୁବନେଶ୍ୱର, ୨୬ ସେପ୍ଟେମ୍ବର (ହି.ସ.) - ଆସନ୍ତାକାଲି (ଶନିବାର) ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଓଡ଼ିଶା ଗସ୍ତରେ ଆସିବେ। ଏହା ପୂର୍ବରୁ ପ୍ରଧାନମନ୍ତ୍ରୀଙ୍କ ଗସ୍ତ ସୂଚୀ ଆସିଛି। ପ୍ରଧାନମନ୍ତ୍ରୀ ମୋଦି ଶନିବାର ପୂର୍ବାହ୍ନ ୧୧ଟା ୧୦ ମିନିଟ୍ ରେ ଝାରସୁଗୁଡ଼ା ବିମାନ ବନ୍ଦରରେ ପହଂଚିବେ। ଏହାପରେ ମୋଦି ୧୧ଟା ୨୫ରେ ଅମଲିପାଲି ପଡ଼ିଆରେ ଆୟୋଜିତ କାର୍ଯ୍ୟକ୍ରମରେ ଯୋଗଦେବେ। ସେଠାରେ ପ୍ରଧାନମନ୍ତ୍ରୀ ବିଭିନ୍ନ ପ୍ରକଳ୍ପର ଶିଳାନ୍ୟାସ ଓ ଉଦ୍ଘାଟନ କରିବେ। କାର୍ଯ୍ୟକ୍ରମ ସାରି ପ୍ରଧାନମନ୍ତ୍ରୀ ମୋଦି ଦିନ ୧୨ଟା ୪୫ ମିନିଟ୍ ରେ ନୂଆଦିଲ୍ଲୀ ପ୍ରତ୍ୟାବର୍ତନ କରିବେ।
---------------
ହିନ୍ଦୁସ୍ଥାନ ସମାଚାର / ବନ୍ଦନା