ଆସନ୍ତା ୨୪ ଘଂଟା ମଧ୍ୟରେ ଭୀଷଣରୁ ଅତ୍ୟଧିକ ଭୀଷଣ ବର୍ଷା, ଝଡ଼ କିମ୍ବା ବଜ୍ରପାତ ଓ ପବନ ନେଇ ୩ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ
ଭୁବନେଶ୍ୱର, ୨୬ ସେପ୍ଟେମ୍ବର (ହି.ସ.)- ଆଗାମୀ ୨୪ ଘଂଟା ମଧ୍ୟରେ ରାଜ୍ୟର କେତେକ ସ୍ଥାନରେ ଭୀଷଣରୁ ଅତ୍ୟଧିକ ଭୀଷଣ ବର୍ଷା, ଝଡ଼ କିମ୍ବା ବଜ୍ରପାତ ଓ ପବନ ନେଇ ଚେତାବନୀ ଜାରି କରିଛି ପାଣିପାଗ ବିଭାଗ । ୨୭ ତାରିଖରେ କେତେକ ସ୍ଥାନରେ ଭୀଷଣ ବର୍ଷା, ଝଡ଼, କିମ୍ବା ବଜ୍ରପାତ ଓ ପବନ ନେଇ ଚେତାବନୀ ଜାରି ହୋଇଛି
ଆସନ୍ତା ୨୪ ଘଂଟା ମଧ୍ୟରେ ଭୀଷଣରୁ ଅତ୍ୟଧିକ ଭୀଷଣ ବର୍ଷା, ଝଡ଼ କିମ୍ବା ବଜ୍ରପାତ ଓ ପବନ ନେଇ ୩ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ


ଭୁବନେଶ୍ୱର, ୨୬ ସେପ୍ଟେମ୍ବର (ହି.ସ.)- ଆଗାମୀ ୨୪ ଘଂଟା ମଧ୍ୟରେ ରାଜ୍ୟର କେତେକ ସ୍ଥାନରେ ଭୀଷଣରୁ ଅତ୍ୟଧିକ ଭୀଷଣ ବର୍ଷା, ଝଡ଼ କିମ୍ବା ବଜ୍ରପାତ ଓ ପବନ ନେଇ ଚେତାବନୀ ଜାରି କରିଛି ପାଣିପାଗ ବିଭାଗ । ୨୭ ତାରିଖରେ କେତେକ ସ୍ଥାନରେ ଭୀଷଣ ବର୍ଷା, ଝଡ଼, କିମ୍ବା ବଜ୍ରପାତ ଓ ପବନ ନେଇ ଚେତାବନୀ ଜାରି ହୋଇଛି । ୨୮ ତାରିଖରେ କେତେକ ସ୍ଥାନରେ ଝଡ଼, କିମ୍ବା ବଜ୍ରପାତ ଓ ପବନର ଚେତାବନୀ ରହିଛି । ପରବର୍ତୀ ୩ ଦିନ ପାଇଁ କୌଣସି ଚେତାବନୀ ନାହିଁ । ୨ ତାରିଖରେ ଭଷଣ ବର୍ଷା ନେଇ ୩ ଜିଲ୍ଲାକୁ ଚେତାବନୀ ରହିଛି ।

ଆସନ୍ତା ୨୪ ଘଂଟା ମଧ୍ୟରେ ଭୀଷଣରୁ ଅତ୍ୟଧିକ ଭୀଷଣ ବର୍ଷା, ଝଡ଼ କିମ୍ବା ବଜ୍ରପାତ ଓ ପବନ ନେଇ ୩ ଜିଲ୍ଲା (କଳାହାଣ୍ଡି, କୋରାପୁଟ, ମାଲକାନଗିରି)କୁ ରେଡ୍ ୱାର୍ଣ୍ଣିଂ ଜାରି ହୋଇଥିବା ବେଳେ ଭୀଷଣରୁ ଅତି ଭୀଷଣ ବର୍ଷା, ଝଡ଼ କିମ୍ବା ବଜ୍ରପାତ ଓ ପବନ ନେଇ ୧୪ ଜିଲ୍ଲା(କେନ୍ଦ୍ରାପଡ଼ା, ଜଗତସିଂହପୁର, ଢ଼େଙ୍କାନାଳ, କଟକ, ଖୋର୍ଦ୍ଧା, ପୁରୀ, ନୟାଗଡ଼, କନ୍ଧମାଳ, ଗଞ୍ଜାମ, ଗଜପତି, ରାୟଗଡ଼ା, ବଲାଙ୍ଗିର, ନୂଆପଡ଼ା, ନବରଙ୍ଗପୁର)କୁ ଅରେଞ୍ଜ ୱାର୍ଣ୍ଣିଂ ଜାରି ହୋଇଛି । ଏହା ବ୍ୟତୀତ ଭୀଷଣ ବର୍ଷା, ଝଡ଼ କିମ୍ବା ବଜ୍ରପାତ ଓ ପବନ ନେଇ ଅନ୍ୟ ୧୩ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି । ବର୍ଷା ନେଇ ରେଡ୍ ୱାର୍ଣ୍ଣିଂ ଜାରି ହୋଇଥିବା ଜିଲ୍ଲା ଗୁଡିକ ମଧ୍ୟରୁ ଗୋଟିଏରୁ ଦୁଇଟି ସ୍ଥାନରେ ୨୦ ସେ.ମି. ପର୍ଯ୍ୟନ୍ତ ବର୍ଷା ହୋଇପାରେ । ବର୍ଷା ନେଇ ଅରେଞ୍ଜ ୱାର୍ଣ୍ଣିଂ ଜାରି ହୋଇଥିବା ଜିଲ୍ଲା ଗୁଡିକ ମଧ୍ୟରୁ ଗୋଟିଏରୁ ଦୁଇଟି ସ୍ଥାନରେ ୧୨ରୁ ୨୦ ସେ.ମି. ପର୍ଯ୍ୟନ୍ତ ବର୍ଷା ହୋଇପାରେ । ବର୍ଷା ନେଇ ୟେଲୋ ୱାର୍ଣ୍ଣିଂ ଜାରି ହୋଇଥିବା ଜିଲ୍ଲା ଗୁଡିକ ମଧ୍ୟରୁ ଗୋଟିଏରୁ ଦୁଇଟି ସ୍ଥାନରେ ୭ରୁ ୧୧ ସେ.ମି. ପର୍ଯ୍ୟନ୍ତ ବର୍ଷା ହୋଇପାରେ ।

ଚେତାବନୀ ଜାରି ହୋଇଥିବା ଜିଲ୍ଲା ଗୁଡିକ ମଧ୍ୟରୁ କେତେକ ସ୍ଥାନରେ ପବନର ବେଗ ଘଂଟା ପ୍ରତି ୩୦ରୁ ୪୦ କି.ମି. ଏବଂ ଅନ୍ୟ କେତେକ ସ୍ଥାନରେ ପବନର ବେଗ ଘଂଟା ପ୍ରତି ୪୦ରୁ ୫୦ କି.ମି. କିମ୍ବା ୬୦ କି.ମି.କୁ ଛୁଇଁପାରେ ।

୨୭ ତାରିଖ ଅର୍ଥାତ୍ ଆସନ୍ତାକାଲି ପାଇଁ ଭୀଷଣରୁ ଅତି ଭୀଷଣ ବର୍ଷା, ଝଡ଼, କିମ୍ବା ବଜ୍ରପାତ ଓ ପବନ ନେଇ ନବରଙ୍ଗପୁର ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ ଜାରି ହୋଇଥିବା ବେଳେ ଭୀଷଣ ବର୍ଷା, ଝଡ଼, କିମ୍ବା ବଜ୍ରପାତ ଓ ପବନ ନେଇ ୭ ଜିଲ୍ଲା(ଗଞ୍ଜାମ, ଗଜପତି, ରାୟଗଡ଼ା, କଳାହାଣ୍ଡି, ନୂଆପଡ଼ା, କୋରାପୁଟ, ମାଲକାନଗିରି)କୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି । ଏହା ବ୍ୟତୀତ ଝଡ଼, କିମ୍ବା ବଜ୍ରପାତ ଓ ପବନ ନେଇ ଅନ୍ୟ ୨୨ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି । ୨୮ ତାରିଖରେ ଝଡ଼, କିମ୍ବା ବଜ୍ରପାତ ଓ ପବନ ନେଇ ୧୩ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି । ସେପ୍ଟେମ୍ବର ୨୯ ତାରିଖ, ୩୦ ତାରିଖ ଓ ଅକ୍ଟୋବର ୧ ତାରିଖ ପାଇଁ କୌଣସି ଚେତାବନୀ ନାହିଁ । ଅକ୍ଟୋବର ୨ ତାରିଖରେ ଭୀଷଣ ବର୍ଷା ନେଇ ୩ ଜିଲ୍ଲା (ମୟୂରଭଞ୍ଜ, ବାଲେଶ୍ୱର, ଭଦ୍ରକ)କୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି । ଭୁବନେଶ୍ୱର ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ଶୁକ୍ରବାର ଜାରି ହୋଇଥିବା ଟ୍ୱିଟ୍ ରୁ ଏହି ସୂଚନା ମିଳିଛି ।

ହିନ୍ଦୁସ୍ଥାନ ସମାଚାର / ପ୍ରଦୀପ୍ତ


 rajesh pande