କନ୍ଧମାଳ, ୨୬ ସେପ୍ଟେମ୍ବର (ହି.ସ.)- ଫୁଲବାଣୀ ପୌର ପରିଷଦ ତରଫରୁ ସ୍ଵଚ୍ଛତା ହିଁ ସେବା ୨୦୨୫ ପାଳନ ଅବସରରେ ଆଜି ରାହାଗିରି ସାଂସ୍କୃତିକ କାର୍ଯ୍ୟକ୍ରମ କଲେକ୍ଟରେଟ ଠାରୁ ଟାଉନ ଥାନା ରାସ୍ତା କଡରେ ଆୟୋଜିତ ହୋଇଯାଇଛି । ଏହି ଅବସରରେ ବିଭିନ୍ନ ସାଂସ୍କୃତିକ ଦଳ ସାଂସ୍କୃତିକ କାର୍ଯ୍ୟକ୍ରମ ପରିବେଷଣ କରି ଲୋକଙ୍କ ମନୋରଞ୍ଜନ କରିଥିଲେ । ଏହି କାର୍ଯ୍ୟକ୍ରମରେ ସାଂସଦ, କନ୍ଧମାଳ ସୁକାନ୍ତ କୁମାର ପାଣିଗ୍ରାହୀ, ଜିଲ୍ଲାପାଳ, କନ୍ଧମାଳ ବେଦଭୂଷଣ, ଅତିରିକ୍ତ ଜିଲ୍ଲାପାଳ ରମେଶ ଚନ୍ଦ୍ର ଜେନା, ଅତିରିକ୍ତ ଜିଲ୍ଲାପାଳ କୁଶଳ ଚନ୍ଦ୍ର ନାଏକ, ମୁଖ୍ୟ ଉନ୍ନୟନ ଅଧିକାରୀ ତଥା କାର୍ଯ୍ୟନିର୍ବାହୀ ଅଧିକାରୀ, ଜିଲ୍ଲା ପରିଷଦ ଶମ୍ଭୁନାଥ ନନ୍ଦୀ, ଉପଜିଲ୍ଲାପାଳ, ଫୁଲବାଣୀ ଭିକାରୀ ସାହୁ, ପ୍ରକଳ୍ପ ପ୍ରଶାସକ, ସମନ୍ଵିତ ଆଦିବାସୀ ଉନ୍ନୟନ ସଂସ୍ଥା, ଫୁଲବାଣୀ ଗଦାଧର ପାତ୍ର, ଜିଲ୍ଲା ସଂସ୍କୃତି ଅଧିକାରୀ ତଥା ଜିଲ୍ଲା ସୂଚନା ଓ ଲୋକ ସମ୍ପର୍କ ଅଧିକାରୀ ଅକ୍ଷୟ କୁମାର ସେଠୀ, କାର୍ଯ୍ୟନିର୍ବାହୀ ଅଧିକାରୀ, ଫୁଲବାଣୀ ପୌରପରିଷଦ ସମରେଶ ମହାନ୍ତି, ପୌରପରିଷଦର କର୍ମକର୍ତ୍ତା, ସଙ୍ଗୀତ ସାଧନା, ନଟରାଜ କଳାପରିଷଦ ଓ ରୟାଲ ଡ୍ୟାନ୍ସ ଗୃପର କଳାକାର, ସାଧାରଣ ଜନତା ଓ ଗଣମାଧ୍ୟମର ପ୍ରତିନିଧିମାନେ ଯୋଗ ଦେଇଥିଲେ ।
ହିନ୍ଦୁସ୍ଥାନ ସମାଚାର / ପ୍ରଶାନ୍ତ