ଭୁବନେଶ୍ୱର, 27 ସେପ୍ଟେମ୍ବର (ହି.ସ. ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ବିଶିଷ୍ଟ ସାରସ୍ୱତ ସାଧକ ଗୋପାଳ ଚନ୍ଦ୍ର ପ୍ରହରାଜଙ୍କ ଜୟନ୍ତୀରେ ପ୍ରଣାମ ଜଣାଇଛନ୍ତି ।
ସେ ସୋସିଆଲ ମିଡିଆରେ ଲେଖିଛନ୍ତି, ବିଶିଷ୍ଟ ସାରସ୍ୱତ ସାଧକ ତଥା 'ପୂର୍ଣ୍ଣଚନ୍ଦ୍ର ଓଡ଼ିଆ ଭାଷାକୋଷ' ର ପ୍ରଣେତା ଗୋପାଳ ଚନ୍ଦ୍ର ପ୍ରହରାଜଙ୍କ ଜୟନ୍ତୀରେ ଭକ୍ତିପୂତ ପ୍ରଣାମ । ତାଙ୍କ ସଂକଳିତ 'ପୂର୍ଣ୍ଣଚନ୍ଦ୍ର ଓଡ଼ିଆ ଭାଷାକୋଷ' ଓଡ଼ିଆ ଭାଷାର ଅମୂଲ୍ୟ ଗ୍ରନ୍ଥ ଭାବେ ସର୍ବଦା ଆଲୋକବର୍ତ୍ତିକା ହୋଇ ରହିବ ।
---------------
ହିନ୍ଦୁସ୍ଥାନ ସମାଚାର / ସମନ୍ୱୟ