ହୀରାକୁଦ ଜଳଭଣ୍ଡାରରୁ ୬ ସ୍ଲୁଇସ୍ ଗେଟ୍ ଦେଇ ବନ୍ୟାଜଳ ନିଷ୍କାସନ ଜାରି
ସମ୍ବଲପୁର, ୨୭ ସେପ୍ଟେମ୍ବର (ହି.ସ.)- ଶନିବାର ସଂନ୍ଧ୍ୟା ୬ଟା ୩୦ ସୁଦ୍ଧା ମୋଟ୍ ୬ଟି ସ୍ଲୁଇସ୍ ଗେଟ୍ ଦେଇ ବନ୍ୟାଜଳ ନିଷ୍କାସନ ଜାରି ରହିଛି । ଜଳଭଣ୍ଡାରର ବାମ ପାଶ୍ୱର୍ ଡାଇକ୍ ର ୪ଟି ଓ ଡାହାଣ ପାଶ୍ୱର୍ ଡାଇକ୍ ର ୨ଟି ସ୍ଲୁଇସ୍ ଗେଟ୍ ଖୋଲା ରହିଛି । ଏଠାରେ ଉଲ୍ଲେଖଯୋଗ୍ୟ, ସକାଳ ୬ଟା ସୁଦ୍ଧା ୨୦ଟି ସ
ହୀରାକୁଦ ଜଳଭଣ୍ଡାର


ସମ୍ବଲପୁର, ୨୭ ସେପ୍ଟେମ୍ବର (ହି.ସ.)- ଶନିବାର ସଂନ୍ଧ୍ୟା ୬ଟା ୩୦ ସୁଦ୍ଧା ମୋଟ୍ ୬ଟି ସ୍ଲୁଇସ୍ ଗେଟ୍ ଦେଇ ବନ୍ୟାଜଳ ନିଷ୍କାସନ ଜାରି ରହିଛି । ଜଳଭଣ୍ଡାରର ବାମ ପାଶ୍ୱର୍ ଡାଇକ୍ ର ୪ଟି ଓ ଡାହାଣ ପାଶ୍ୱର୍ ଡାଇକ୍ ର ୨ଟି ସ୍ଲୁଇସ୍ ଗେଟ୍ ଖୋଲା ରହିଛି ।

ଏଠାରେ ଉଲ୍ଲେଖଯୋଗ୍ୟ, ସକାଳ ୬ଟା ସୁଦ୍ଧା ୨୦ଟି ସ୍ଲୁଇସ୍ ଗେଟ୍ ଦେଇ ହୀରାକୁଦ ଜଳଭଣ୍ଡାରରୁ ମହାନଦୀକୁ ବନ୍ୟାଜଳ ନିଷ୍କାସନ ଚାଲିଥିବା ବେଳେ ପରେ ପର୍ଯ୍ୟାୟ କ୍ରମେ ସଂନ୍ଧ୍ୟା ସୁଦ୍ଧା ୧୪ଟି ସ୍ଲୁଇସ୍ ଗେଟ୍ କୁ ବନ୍ଦ କରାଯାଇଛି । ଜଳଭଣ୍ଡାରର ଜଳ ପତନ ଉପରେ ବିଭାଗୀୟ ସର୍ବୋଚ୍ଚ ଯନ୍ତ୍ରୀ ଓ ବିଶେଷଜ୍ଞ ମାନେ ତୀକ୍ଷ୍ନ ଦୃଷ୍ଟି ରଖିଛନ୍ତି ।

ଅନ୍ୟପକ୍ଷରେ ଗତ ୨୪ ଘଂଟା ମଧ୍ୟରେ ଜଳଭଣ୍ଡାରର ଉପର ମୁଣ୍ଡରେ ୧୭.୩୩ ମି.ମି. ବର୍ଷା ରେକର୍ଡ଼ ହୋଇଥିବା ବେଳେ ତଳ ମୁଣ୍ଡରେ ୪୦.୧୪ ମି.ମି. ବର୍ଷା ରେକର୍ଡ଼ ହୋଇଛି ।

ହିନ୍ଦୁସ୍ଥାନ ସମାଚାର / ପ୍ରଦୀପ୍ତ


 rajesh pande