ବଲାଙ୍ଗିର ଜିଲ୍ଲା ପୌରପାଳିକାରେ କାର୍ଯ୍ୟରତ ସଫେଇ କର୍ମଚାରୀଙ୍କ ସ୍ୱାସ୍ଥ୍ୟ ଚିକିତ୍ସା ଶିବିର
ବଲାଙ୍ଗିର, ୨୭ ସେପ୍ଟେମ୍ବର (ହି.ସ.)- ଆଜି ବଲାଙ୍ଗିର ସହର ମଧ୍ୟରେ ଥିବା କଲେଜ ଛକ, କଲ୍ୟାଣ ମଣ୍ଡପ ଠାରେ ଜିଲ୍ଲା ପୌରପାଳିକାରେ କାର୍ଯ୍ୟରତ ସଫେଇ କର୍ମଚାରୀ ମାନଙ୍କ ସବିଶେଷ ସ୍ୱାସ୍ଥ୍ୟ ନିରୀକ୍ଷଣ, ସ୍ୱାସ୍ଥ୍ୟ ପରୀକ୍ଷା କରାଯାଇ ତାଙ୍କ ବିଭିନ୍ନ ରୋଗ ଓ ସମ୍ଭାବ୍ୟ ସ୍ୱାସ୍ଥ୍ୟଜନିତ ସମସ୍ୟା ଯଥା ଉଚ୍ଚ
ବଲାଙ୍ଗିର ଜିଲ୍ଲା ପୌରପାଳିକା ସ୍ୱାସ୍ଥ୍ୟ ଯୋଗାଣକାରି ଙ୍କ ସ୍ୱାସ୍ଥ୍ୟ ଚିକିତ୍ସା ଶିବିର ୨୦୨୫ ଅନୁଷ୍ଠିତ

ବଲାଙ୍ଗିର, ୨୭ ସେପ୍ଟେମ୍ବର (ହି.ସ.)- ଆଜି ବଲାଙ୍ଗିର ସହର ମଧ୍ୟରେ ଥିବା କଲେଜ ଛକ, କଲ୍ୟାଣ ମଣ୍ଡପ ଠାରେ ଜିଲ୍ଲା ପୌରପାଳିକାରେ କାର୍ଯ୍ୟରତ ସଫେଇ କର୍ମଚାରୀ ମାନଙ୍କ ସବିଶେଷ ସ୍ୱାସ୍ଥ୍ୟ ନିରୀକ୍ଷଣ, ସ୍ୱାସ୍ଥ୍ୟ ପରୀକ୍ଷା କରାଯାଇ ତାଙ୍କ ବିଭିନ୍ନ ରୋଗ ଓ ସମ୍ଭାବ୍ୟ ସ୍ୱାସ୍ଥ୍ୟଜନିତ ସମସ୍ୟା ଯଥା ଉଚ୍ଚନିମ୍ନ ରକ୍ତଚାପ, ମଧୁମେହ, ଜ୍ୱରକାଶ, ମେଲେରିଆ, ଯକ୍ଷ୍ମା ଇତ୍ୟାଦିକୁ ତର୍ଜମା କରାଯାଇ ଉପଯୁକ୍ତ ସ୍ୱାସ୍ଥ୍ୟ ଓ ନିରନ୍ତର ସ୍ୱାସ୍ଥ୍ୟ ଯତ୍ନ ପାଇଁ ପରାମର୍ଶ ଦିଆଯାଇଥିଲା l

ଉପରୋକ୍ତ ସ୍ୱାସ୍ଥ୍ୟ ଶିବିରରେ ସର୍ବମୋଟ ୨୦୦ ରୁ ଉର୍ଦ୍ଧ୍ଵ ସଫେଇ କର୍ମଚାରୀ ନିଜର ସ୍ୱାସ୍ଥ୍ୟ ପରୀକ୍ଷା କରାଇଥିବାବେଳେ ପ୍ରାୟେ ସତୁରି ଜଣ ନିଜ ରକ୍ତ ପରୀକ୍ଷା ପାଇଁ ନମୁନା ସଂଗ୍ରହ କରାଇଥିଲେ l ସ୍ୱାସ୍ଥ୍ୟ ଶିବିରରେ ବଲାଙ୍ଗିର ପୌର ପାଳିକା ଉପଧ୍ୟକ୍ଷା ଶ୍ରୀମତୀ ଲିକା ସାହୁ ମୁଖ୍ୟ ଅତିଥି ଭାବେ ଯୋଗଦାନ କରିଥିବା ବେଳେ ଜାତୀୟ ସ୍ୱାସ୍ଥ୍ୟ ମିଶନ (ଏନ୍ ଏକ ଏମ) ପକ୍ଷରୁ ଜିଲ୍ଲା ଉପସ୍ୱାସ୍ଥ୍ୟ ଅଧିକାରୀ ଡା. ଦିବ୍ୟ କିଶୋର ପତି. ମୁଖ୍ୟ ପର୍ଯ୍ୟବେକ୍ଷକ ଭାବେ ଯୋଗଦାନ କରିଥିଲେ l ଆୟୁଷ୍ମାନ ଆରୋଗ୍ୟ ମନ୍ଦିର, ସହରାଞ୍ଚଳ ସ୍ୱାସ୍ଥ୍ୟ କେନ୍ଦ୍ର ଶାସ୍ତ୍ରୀ ନଗର ମେଡିକାଲ ଅଫିସର ଡା.ନିହାର ରଞ୍ଜନ ବହିଦାର, ଆୟୁଷମାନ ଆରୋଗ୍ୟ ମନ୍ଦିର ସହରାଞ୍ଚଳ ସ୍ୱାସ୍ଥ୍ୟକେନ୍ଦ୍ର କାନ୍ଧପାଲିର ମେଡିକାଲ ଅଫିସର ଡା. ନନ୍ଦକିଶୋର ପାଢ଼ୀ, ରାମାନୁଜ ପଣ୍ଡା, (ଏନ.ଏଚ. ଏମ.) ଏ ପି ଏମ ସ୍ୱାସ୍ଥ୍ୟ ଚିକିତ୍ସା ପରିଚାଳନା କରାଇଥିଲେ l

ଦେବେସ ରାଉତ (ସ୍ୱାସ୍ଥ୍ୟ ନିରୀକ୍ଷକ (ଏନ୍ଏଚଏମ) ସମ୍ପୂର୍ଣ୍ଣ ସ୍ୱାସ୍ଥ୍ୟ ଶିବିରକୁ ପରିଚାଳନା କରିଥିବା ବେଳେ ଉଭୟ ସହରାଞ୍ଚଳ ପ୍ରାଥମିକ ସ୍ୱାସ୍ଥ୍ୟକେନ୍ଦ୍ର ର ସଭ୍ୟସଭ୍ୟାଙ୍କ ସକ୍ରିୟ ଅଂଶଗ୍ରହଣରେ ପୌରପରିଷଦ ସଫେଇ କର୍ମଚାରୀ ମାନଙ୍କ ସ୍ୱାସ୍ଥ୍ୟ ଶିବିର ସୁଚାରୁରୂପେ ସମ୍ପନ୍ନ ହୋଇଥିଲା l

ହିନ୍ଦୁସ୍ଥାନ ସମାଚାର / ଗୋପବନ୍ଧୁ

 rajesh pande