ନାବାଳିକା ଦୁଷ୍କର୍ମକାରୀକୁ ଆଜୀବନ କାରାଦଣ୍ଡାଦେଶ
ବାରିପଦା, ୨୭ ସେପ୍ଟେମ୍ବର (ହି.ସ.) - ମୟୂରଭଞ୍ଜ ଆଡ଼ ହକ ଅତିରିକ୍ତ ଜିଲ୍ଲା ଓ ଦୌରାଜଜ୍ ତଥା ସ୍ୱତନ୍ତ୍ର ଫାଷ୍ଟ ଟ୍ରାକ ପୋକସୋ କୋର୍ଟରେ ଏକ ନାବାଳିକା ଦୁଷ୍କର୍ମ ମାମଲାର ରାୟ ପ୍ରକାଶ ପାଇଛି। ବିଚାରପତି ସନ୍ତୋଷ କୁମାର ନାୟକ ଏହାର ବିଚାର କରି ଅଭିଯୁକ୍ତକୁ ଆଜୀବନ କାରାଦଣ୍ଡରେ ଦଣ୍ଡିତ କରିବା ସହିତ ୧୦
Nabalika Duskarma kari


ବାରିପଦା, ୨୭ ସେପ୍ଟେମ୍ବର (ହି.ସ.) - ମୟୂରଭଞ୍ଜ ଆଡ଼ ହକ ଅତିରିକ୍ତ ଜିଲ୍ଲା ଓ ଦୌରାଜଜ୍ ତଥା ସ୍ୱତନ୍ତ୍ର ଫାଷ୍ଟ ଟ୍ରାକ ପୋକସୋ କୋର୍ଟରେ ଏକ ନାବାଳିକା ଦୁଷ୍କର୍ମ ମାମଲାର ରାୟ ପ୍ରକାଶ ପାଇଛି। ବିଚାରପତି ସନ୍ତୋଷ କୁମାର ନାୟକ ଏହାର ବିଚାର କରି ଅଭିଯୁକ୍ତକୁ ଆଜୀବନ କାରାଦଣ୍ଡରେ ଦଣ୍ଡିତ କରିବା ସହିତ ୧୦,୦୦୦ ଟଙ୍କା ଜରିମାନା କରିଛନ୍ତି। ଜରିମାନା ଅନାଦେୟ ଅଧିକ ୬ମାସ ଜେଲ ଦଣ୍ଡ ଭୋଗିବାକୁ ରାୟରେ ଉଲ୍ଲେଖ ରହିଛି। ଆସାମୀ ଜଣକ ହେଲେ ବୈଶିଙ୍ଗା ଥାନା ଅନ୍ତର୍ଗତ କେନ୍ଦୁଆ ଗ୍ରାମର ଅସିତ ବେହେରା(୨୫)। ସୂଚନା ଅନୁଯାୟୀ, ଗତ ୪/୧୧/୨୦୨୪ରେ ଅସିତ ଜଣେ ନାବାଳିକାକୁ ଦୁଷ୍କର୍ମ କରିଥିଲେ। ନାବାଳିକା ଜଣକ ସନ୍ଧ୍ୟାରେ ବଜାରରୁ ଘରକୁ ପ୍ରତ୍ୟାବର୍ତନ କରୁଥିବା ବେଳେ ଅସିତ ତାଙ୍କୁ ଅପହରଣ କରି ଘରକୁ ନେଇ ଯାଇଥିଲେ। ସେଠାରେ ନାବାଳିକାକୁ ଦୁଷ୍କର୍ମ କରିଥିଲେ। ଘଟଣା ବାବଦରେ କାହାକୁ ଜଣାଇଲେ ଜୀବନରୁ ମାରିଦେବେ ବୋଲି ଧମକ ଦେଇଥିଲେ। ପିଡିତା ନାବାଳିକା ଜଣକ ଘରକୁ ଆସି ଘଟଣା ବାବଦରେ ଜଣାଇଥିଲା। ଏନେଇ ପରିବାର ଲୋକେ ବୈଶିଙ୍ଗା ଥାନାରେ ଲିଖିତ ଅଭିଯୋଗ କରିଥିଲେ। ଅଭିଯୋଗକ୍ରମେ ପୁଲିସ ଏକ ମାମଲା ରୁଜୁ କରି ପୀଡିତାର ବୟାନ ରେକର୍ଡ କରିଥିଲେ। ଅସିତକୁ ବୈଶିଙ୍ଗା ଥାନା ପୁଲିସ ଗିରଫ କରି କୋର୍ଟ ଚାଲାଣ କରିଥିଲେ। ସାକ୍ଷୀଙ୍କ ବୟାନ, ଡାକ୍ତରୀ ରିପୋର୍ଟ ଓ ପୁଲିସର ତଦନ୍ତ ରିପୋର୍ଟକୁ ଭିତି କରି ଜଜ୍ ଉପରୋକ୍ତ ଶୁଣାଣୀ କରିଛନ୍ତି। ପିଡିତାକୁ ସହାୟତା ନିମନ୍ତେ ୨ଲକ୍ଷ ଟଙ୍କା ପ୍ରଦାନ କରିବାକୁ ଜିଲ୍ଲା ଆଇନ ସେବା ପ୍ରାଧିକରଣକୁ କୋର୍ଟ ନିର୍ଦ୍ଦେଶ ଦେଇଛନ୍ତି। ଉକ୍ତ ମାମଲାକୁ ସରକାରୀ ଆଇନଜୀବୀ ମନୋରଞ୍ଜନ ପଟ୍ଟନାୟକ ପରିଚାଳନା କରୁଥିଲେ।

ହିନ୍ଦୁସ୍ଥାନ ସମାଚାର / ଦିଲ୍ଲୀପ


 rajesh pande