ଗତ ୨୪ ଘଂଟା ମଧ୍ୟରେ ରାଜ୍ୟର ବଲାଙ୍ଗିର ଜିଲ୍ଲାର ସାଲେଭଟାରେ ସର୍ବାଧିକ ୧୨୩.୨ ମି.ମି. ବର୍ଷା ରେକର୍ଡ଼
ଭୁବନେଶ୍ୱର, ୨୭ ସେପ୍ଟେମ୍ବର (ହି.ସ.)- ଗତ ୨୪ ଘଂଟା ମଧ୍ୟରେ ରାଜ୍ୟର ବଲାଙ୍ଗିର ଜିଲ୍ଲାର ସାଲେଭଟାରେ ସର୍ବାଧିକ ୧୨୩.୨ ମି.ମି. ବର୍ଷା ରେକର୍ଡ଼ ହୋଇଛି । ସେହିପରି ଗଞ୍ଜାମ ଜିଲ୍ଲାର ଆସିକାରେ ୯୦.୬ ମି.ମି., ନବରଙ୍ଗପୁର ଜିଲ୍ଲାର ଉମରକୋଟରେ ୮୯.୨ ମି.ମି., ବଲାଙ୍ଗିର ଜିଲ୍ଲାର ପାଟଣାଗଡ଼ରେ ୮୬.୦ ମ
ଗତ ୨୪ ଘଂଟା ମଧ୍ୟରେ ରାଜ୍ୟର ବଲାଙ୍ଗିର ଜିଲ୍ଲାର ସାଲେଭଟାରେ ସର୍ବାଧିକ ୧୨୩.୨ ମି.ମି. ବର୍ଷା ରେକର୍ଡ଼


ଭୁବନେଶ୍ୱର, ୨୭ ସେପ୍ଟେମ୍ବର (ହି.ସ.)- ଗତ ୨୪ ଘଂଟା ମଧ୍ୟରେ ରାଜ୍ୟର ବଲାଙ୍ଗିର ଜିଲ୍ଲାର ସାଲେଭଟାରେ ସର୍ବାଧିକ ୧୨୩.୨ ମି.ମି. ବର୍ଷା ରେକର୍ଡ଼ ହୋଇଛି ।

ସେହିପରି ଗଞ୍ଜାମ ଜିଲ୍ଲାର ଆସିକାରେ ୯୦.୬ ମି.ମି., ନବରଙ୍ଗପୁର ଜିଲ୍ଲାର ଉମରକୋଟରେ ୮୯.୨ ମି.ମି., ବଲାଙ୍ଗିର ଜିଲ୍ଲାର ପାଟଣାଗଡ଼ରେ ୮୬.୦ ମି.ମି., ନବରଙ୍ଗପୁର ଜିଲ୍ଲାର ଝରିଗାଁରେ ୮୫.୨ ମି.ମି., ବଲାଙ୍ଗିର ଜିଲ୍ଲାର ଟିଟିଲାଗଡ଼ରେ ୮୩.୦ ମି.ମି., ତୁରେଇକେଲାରେ ୮୩.୦ ମି.ମି., ଗଞ୍ଜାମ ଜିଲ୍ଲାର ଧରାକୋଟରେ ୭୯.୦ ମି.ମି., ଯାଜପୁର ଜିଲ୍ଲାର ଦାନଗଦିରେ ୭୮.୦ ମି.ମି., ବଲାଙ୍ଗିର ଜିଲ୍ଲାର ଅଗଲପୁରରେ ୭୮.୦ ମି.ମି., ବରଗଡ଼ ଜିଲ୍ଲାର ଗାଇସିଲେଟରେ ୭୫.୨ ମି.ମି., ପୁରୀ ଜିଲ୍ଲାର ଅସ୍ତରଙ୍ଗରେ ୭୫.୦ ମି.ମି. ଏବଂ କଳାହାଣ୍ଡି ଜିଲ୍ଲାର କୋକସରାରେ ୭୫.୦ ମି.ମି. ବର୍ଷା ରେକର୍ଡ଼ ହୋଇଛି । ଭୁବନେଶ୍ୱର ସ୍ଥିତ ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ଶନିବାର ଜାରି ହୋଇଥିବା ଟ୍ୱିଟ୍ ରୁ ଏହି ସୂଚନା ମିଳିଛି ।

ହିନ୍ଦୁସ୍ଥାନ ସମାଚାର / ପ୍ରଦୀପ୍ତ


 rajesh pande