ଭୁବନେଶ୍ୱର, ୨୭ ସେପ୍ଟେମ୍ବର (ହି.ସ.)- ଆଗାମୀ ୨୪ ଘଂଟା ମଧ୍ୟରେ ଭୀଷଣ ବର୍ଷା, ଝଡ଼ କିମ୍ବା ବଜ୍ରପାତ ଓ ପବନ ନେଇ ୧୦ ଜିଲ୍ଲା(ମୟୂରଭଞ୍ଜ, କେନ୍ଦୁଝର, ଯାଜପୁର, କେନ୍ଦ୍ରାପଡ଼ା, ଜଗତସିଂହପୁର, ବରଗଡ଼, ବଲାଙ୍ଗିର, ନୂଆପଡ଼ା, ନବରଙ୍ଗପୁର, ମାଲକାନଗିରି)କୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଥିବା ବେଳେ ଝଡ଼ କିମ୍ବା ବଜ୍ରପାତ ଓ ପବନ ନେଇ ଅନ୍ୟ ୨୦ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି । ବର୍ଷା ନେଇ ୟେଲୋ ୱାର୍ଣ୍ଣିଂ ଜାରି ହୋଇଥିବା ଜିଲ୍ଲା ଗୁଡିକ ମଧ୍ୟରୁ ଗୋଟିଏରୁ ଦୁଇଟି ସ୍ଥାନରେ ୭ରୁ ୧୧ ସେ.ମି. ପର୍ଯ୍ୟନ୍ତ ବର୍ଷା ହୋଇପାରେ । ଚେତାବନୀ ଜାରି ହୋଇଥିବା ଜିଲ୍ଲା ଗୁଡିକ ମଧ୍ୟରୁ କେତେକ ସ୍ଥାନରେ ପବନର ବେଗ ଘଂଟା ପ୍ରତି ୩୦ରୁ ୪୦ କି.ମି. ରହିପାରେ ।
ଆସନ୍ତାକାଲି ଅର୍ଥାତ୍ ୨୮ ତାରିଖରେ ଝଡ଼ କିମ୍ବା ବଜ୍ରପାତ ଓ ପବନ ନେଇ ୧୧ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି । ୨୯ ତାରିଖରେ ଝଡ଼ କିମ୍ବା ବଜ୍ରପାତ ଓ ପବନ ନେଇ ୧୩ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି । ୩୦ ତାରିଖରେ ଝଡ଼ କିମ୍ବା ବଜ୍ରପାତ ଓ ପବନ ନେଇ ୧୩ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି । ଅକ୍ଟୋବର ୧ ତାରିଖରେ ଭୀଷଣ ବର୍ଷା, ଝଡ଼ କିମ୍ବା ବଜ୍ରପାତ ଓ ପବନ ନେଇ ୫ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଥିବା ବେଳେ ଝଡ଼ କିମ୍ବା ବଜ୍ରପାତ ଓ ପବନ ନେଇ ୯ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି । ୨ ତାରିଖରେ ଭୀଷଣ ବର୍ଷା ନେଇ ୫ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଥିବା ବେଳେ ୩ ତାରିଖରେ ଭୀଷଣ ବର୍ଷା ନେଇ ୩ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି । ଭୁବନେଶ୍ୱର ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ଶନିବାର ଜାରି ହୋଇଥିବା ଟ୍ୱିଟ୍ ରୁ ଏହି ସୂଚନା ମିଳିଛି ।
ହିନ୍ଦୁସ୍ଥାନ ସମାଚାର / ପ୍ରଦୀପ୍ତ