ବିଜେଡିର ଏକ ମାସର ଜନସମ୍ପର୍କ ପଦଯାତ୍ରା କାର୍ଯ୍ୟକ୍ରମ ରାଜ୍ୟ ବିଜେପି ସରକାରଙ୍କ ବିଫଳତାକୁ ଲୋକଙ୍କ ପାଖରେ ରଖିବ ବିଜେଡି
ରାଜ୍ୟରେ ଆଇନ ଶୃଙ୍ଖଳା ବିପର୍ଯ୍ୟସ୍ତ, ମହିଳା ଅସୁରକ୍ଷିତ ମଦମୁକ୍ତ ଓଡିଶା ଗଠନ ନାରା ଏବେ ପ୍ରହସନରେ ପରିଣତ ପଞ୍ଚାୟତ ସ୍ତରରେ ନିର୍ବାଚିତ ପ୍ରତିନିଧିଙ୍କ କ୍ଷମତା ଚୋରି କରିଛି ବିଜେପି ସରକାର ଭୁବନେଶ୍ୱର , 28 ସେପ୍ଟେମ୍ବର (ହି.ସ.) ଚଳିତ ବର୍ଷ ଅକ୍ଟୋବର ୨ ତାରିଖରେ ଗାନ୍ଧୀ ଜୟନ୍ତୀ ଓ ସାର୍ବଜନ
ବିଜେଡିର ଏକ ମାସର ଜନସମ୍ପର୍କ ପଦଯାତ୍ରା କାର୍ଯ୍ୟକ୍ରମ ରାଜ୍ୟ ବିଜେପି ସରକାରଙ୍କ ବିଫଳତାକୁ ଲୋକଙ୍କ ପାଖରେ ରଖିବ ବିଜେଡି


ରାଜ୍ୟରେ ଆଇନ ଶୃଙ୍ଖଳା ବିପର୍ଯ୍ୟସ୍ତ, ମହିଳା ଅସୁରକ୍ଷିତ

ମଦମୁକ୍ତ ଓଡିଶା ଗଠନ ନାରା ଏବେ ପ୍ରହସନରେ ପରିଣତ

ପଞ୍ଚାୟତ ସ୍ତରରେ ନିର୍ବାଚିତ ପ୍ରତିନିଧିଙ୍କ କ୍ଷମତା ଚୋରି କରିଛି ବିଜେପି ସରକାର

ଭୁବନେଶ୍ୱର , 28 ସେପ୍ଟେମ୍ବର (ହି.ସ.) ଚଳିତ ବର୍ଷ ଅକ୍ଟୋବର ୨ ତାରିଖରେ ଗାନ୍ଧୀ ଜୟନ୍ତୀ ଓ ସାର୍ବଜନୀନ ଦଶହରା ପଡୁଥିବାରୁ ଜାତିର ପିତା ମହାତ୍ମା ଗାନ୍ଧୀଙ୍କ ପ୍ରତିମୂର୍ତ୍ତିରେ ମାଲ୍ୟାର୍ପଣ କରି ବିଜୁ ଜନତା ଦଳ ତରଫରୁ ଜନସମ୍ପର୍କ ପଦଯାତ୍ରା ପାଇଁ ସଂକଳ୍ପ ନିଆଯିବ । ଏହାପରେ ଅକ୍ଟୋବର ୯ ତାରିଖ ଗୋପବନ୍ଧୁ ଜୟନ୍ତୀରୁ ପଦଯାତ୍ରା କାର୍ଯ୍ୟକ୍ରମ ଆନୁଷ୍ଠାନିକ ଭାବେ ଆରମ୍ଭ ହୋଇ ନଭେମ୍ୱର ୯ ତାରିଖ ପର୍ଯ୍ୟନ୍ତ ଏକ ମାସ ଧରି ଏହି କାର୍ଯ୍ୟକ୍ରମ ଜାରି ରହିବ ବୋଲି ଦଳ ତରଫରୁ ଆଜି ସୂଚନା ଦିଆଯାଇଛି । ଏହି କାର୍ଯ୍ୟକ୍ରମ ମାଧ୍ୟମରେ ଜନସାଧାରଣଙ୍କ ସହିତ ସମ୍ପର୍କ ସ୍ଥାପନ ସହିତ ଗତ ୧୫ ମାସର ବିଜେପି ସରକାରଙ୍କ ବିଫଳତାକୁ ରାଜ୍ୟବାସୀଙ୍କ ପାଖରେ ପହଞ୍ଚାଯିବ ବୋଲି ଦଳ ତରଫରୁ ଆଜି ଏକ ସାମ୍ୱାଦିକ ସମ୍ମିଳନୀରେ କୁହାଯାଇଛି ।

ଶଙ୍ଖ ଭବନରେ ଆୟୋଜିତ ସାମ୍ୱାଦିକ ସମ୍ମିଳନୀରେ, ଦଳର ବରିଷ୍ଠ ଉପସଭାପତି ଶ୍ରୀ ଦେବୀ ପ୍ରସାଦ ମିଶ୍ର ଓ ଦଳର ଉପସଭାପତି ତଥା ବିରୋଧୀ ଦଳର ମୁଖ୍ୟ ସଚେତକ ଶ୍ରୀମତୀ ପ୍ରମିଳା ମଲ୍ଲିକ ଦଳର ପଦଯାତ୍ରା କାର୍ଯ୍ୟକ୍ରମ ବିଷୟରେ ସୂଚନା ଦେବା ସହିତ ରାଜ୍ୟରେ ବିଜେପି ସରକାରଙ୍କ ବିଫଳତାକୁ ବଖାଣିଥିଲେ । ଶ୍ରୀ ମିଶ୍ର କହିଥିଲେ, ପବିତ୍ର ଗାନ୍ଧୀ ଜୟନ୍ତୀ ଦିନ ଜନସମ୍ପର୍କ ପଦଯାତ୍ରା କାର୍ଯ୍ୟକ୍ରମ ପାଇଁ ରାଜ୍ୟର ସମସ୍ତ ନିର୍ବାଚନ ମଣ୍ଡଳୀରେ ଜାତିର ପିତା ମହାତ୍ମା ଗାନ୍ଧୀଙ୍କ ପ୍ରତିମୂର୍ତ୍ତିରେ ମାଲ୍ୟାର୍ପଣ କରିବା ସହିତ ପଦଯାତ୍ରା କାର୍ଯ୍ୟକ୍ରମ ପାଇଁ ସଙ୍କଳ୍ପ ନିଆଯିବ । ଏହାପରେ ଅକ୍ଟୋବର ୯ ତାରିଖ ଗୋପବନ୍ଧୁ ଜୟନ୍ତୀରୁ ପଦଯାତ୍ରା କାର୍ଯ୍ୟକ୍ରମ ଆରମ୍ଭ ହୋଇ ନଭେମ୍ବର ୯ ତାରିଖ ପର୍ଯ୍ୟନ୍ତ ଏହି ପଦଯାତ୍ରା କାର୍ଯ୍ୟକ୍ରମ ଜାରି ରହିବ । ଏହି ପଦଯାତ୍ରା ସମୟରେ ବିଜେପି ସରକାରଙ୍କ ବିଫଳତାକୁ ଲୋକଙ୍କ ସାମ୍ନାରେ ଉପସ୍ଥାପନ କରାଯିବ ।

ଶ୍ରୀମତୀ ପ୍ରମିଳା ମଲ୍ଲିକ କହିଥିଲେ, ବିଜେପି ଅନେକ ମିଥ୍ୟା ପ୍ରତିଶ୍ରୁତି ଦେଇ କ୍ଷମତାକୁ ଆସିଛି । କିନ୍ତୁ, କ୍ଷମତାକୁ ଆସିବା ପରେ ବିଜେପି ସରକାରଙ୍କ କାର୍ଯ୍ୟକଳାପ ଦେଖି ରାଜ୍ୟବାସୀ ଅତିଷ୍ଠ ହେଲେଣି । ଗତ ୧୫ ମାସର ବିଜେପି ଶାସନରେ ରାଜ୍ୟର ଆଇନ ଶୃଙ୍ଖଳା ପରିସ୍ଥିତି ବିପର୍ଯ୍ୟସ୍ତ ହୋଇପଡିଛି ଓ ରାଜ୍ୟରେ ମହିଳାମାନେ ଅସୁରକ୍ଷିତ ହୋଇ ପଡିଛନ୍ତି । ରାଜ୍ୟବାସୀଙ୍କ ପାଇଁ ସ୍ୱାସ୍ଥ୍ୟସେବା କ୍ଷେତ୍ରରେ ନବୀନ ପଟ୍ଟନାୟକଙ୍କ ସମୟରେ ଆରମ୍ଭ କରାଯାଇଥିବା ବିଏସକେୱାଇ ବହୁତ ଉପକାରୀ ହୋଇଥିଲା ବେଳେ ବିଜେପି ସରକାରଙ୍କ ଦ୍ୱାରା ଆୟୁଷ୍ମାନ ଯୋଜନା ଆସିବା ପରେ ଲୋକମାନେ ସ୍ୱାସ୍ଥ୍ୟସେବା ପାଇବା ପାଇଁ ହନ୍ତସନ୍ତ ହେଉଛନ୍ତି । ମଦମୁକ୍ତ ଓ ନିଶାମୁକ୍ତ ଓଡିଶା ଗଠନ ପାଇଁ ପ୍ରତିଶ୍ରୁତି ଦେଇଥିବା ବେଳେ, ବିଜେପି ସରକାର ଏବେ ୭୦ଟି ନୂଆ ମଦ ଦୋକାନ ଓ ଦୁଇଟି ମଦ କାରଖାନା ଖୋଲୁଛନ୍ତି । ସାର ଅଭାବରୁ ରାଜ୍ୟରେ ଚାଷୀ ଆଜି ରାଜରାସ୍ତାରେ ଛିଡା ହୋଇଛନ୍ତି । ପଞ୍ଚାୟତ ସ୍ତରରେ ନିର୍ବାଚିତ ପ୍ରତିନିଧି ମାନଙ୍କ କ୍ଷମତାକୁ ସଙ୍କୁଚିତ କରି ସରକାର ଗଣତନ୍ତ୍ରକୁ ହତ୍ୟା କରିଛନ୍ତି । ତେଣୁ, ଏହି ସବୁ ପ୍ରସଙ୍ଗକୁ ନେଇ ବିଜେଡି ରାଜ୍ୟ ବିଜେପି ସରକାରଙ୍କୁ ପଦଯାତ୍ରା ମାଧ୍ୟମରେ ଘେରିବ ।

---------------

ହିନ୍ଦୁସ୍ଥାନ ସମାଚାର / ରଶ୍ମିତା


 rajesh pande