ଗତ ୨୪ ଘଂଟା ମଧ୍ୟରେ ରାଜ୍ୟର ଗୋଟିଏ ସ୍ଥାନରେ ଭୀଷଣ ବର୍ଷା, କେତେକ ସ୍ଥାନରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା : କେନ୍ଦୁଝର ଜିଲ୍ଲାର ହରିଚନ୍ଦନପୁରରେ ସର୍ବାଧିକ ୭୯.୨ ମି.ମି. ବର୍ଷା ରେକର୍ଡ଼
ଭୁବନେଶ୍ୱର, ୨୮ ସେପ୍ଟେମ୍ବର (ହି.ସ.)- ଗତ ୨୪ ଘଂଟା ମଧ୍ୟରେ ରାଜ୍ୟର ଗୋଟିଏ ସ୍ଥାନରେ ଭୀଷଣ ବର୍ଷା ହୋଇଥିବା ବେଳେ ଅନ୍ୟ କେତେକ ସ୍ଥାନରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ହୋଇଛି । କେନ୍ଦୁଝର ଜିଲ୍ଲାର ହରିଚନ୍ଦନପୁରରେ ସର୍ବାଧିକ ୭୯.୨ ମି.ମି. ବର୍ଷା ରେକର୍ଡ଼ ହୋଇଛି । ସେହିପରି ବାଲେଶ୍ୱର ଜିଲ୍ଲା
ଗତ ୨୪ ଘଂଟା ମଧ୍ୟରେ ରାଜ୍ୟର ଗୋଟିଏ ସ୍ଥାନରେ ଭୀଷଣ ବର୍ଷା, କେତେକ ସ୍ଥାନରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା : କେନ୍ଦୁଝର ଜିଲ୍ଲାର ହରିଚନ୍ଦନପୁରରେ ସର୍ବାଧିକ ୭୯.୨ ମି.ମି. ବର୍ଷା ରେକର୍ଡ଼


ଭୁବନେଶ୍ୱର, ୨୮ ସେପ୍ଟେମ୍ବର (ହି.ସ.)- ଗତ ୨୪ ଘଂଟା ମଧ୍ୟରେ ରାଜ୍ୟର ଗୋଟିଏ ସ୍ଥାନରେ ଭୀଷଣ ବର୍ଷା ହୋଇଥିବା ବେଳେ ଅନ୍ୟ କେତେକ ସ୍ଥାନରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ହୋଇଛି । କେନ୍ଦୁଝର ଜିଲ୍ଲାର ହରିଚନ୍ଦନପୁରରେ ସର୍ବାଧିକ ୭୯.୨ ମି.ମି. ବର୍ଷା ରେକର୍ଡ଼ ହୋଇଛି ।

ସେହିପରି ବାଲେଶ୍ୱର ଜିଲ୍ଲାର ଜଇପୁରରେ ୫୨.୨ ମି.ମି., ନିଳଗିରିରେ ୫୦.୦ ମି.ମି., ମୟୂରଭଞ୍ଜ ଜିଲ୍ଲାର ବିଜାତଳାରେ ୪୭.୦ ମି.ମି., ଭଦ୍ରକ ଜିଲ୍ଲାର ତିହିଡ଼ିରେ ୪୬.୦ ମି.ମି., ମୟୂରଭଞ୍ଜ ଜିଲ୍ଲାର ଶାମାଖୁଂଟାରେ ୪୫.୦ ମି.ମି., ବାଲେଶ୍ୱର ଜିଲ୍ଲାର ଔପଦାରେ ୪୪.୦ ମି.ମି., ମୟୂରଭଞ୍ଜ ଜିଲ୍ଲାର ଜି.ବି. ନଗରରେ ୪୩.୦ ମି.ମି., ନୱାନାରେ ୪୨.୬ ମି.ମି., କନ୍ଧମାଳ ଜିଲ୍ଲାର ଖଜୁରିପଡାରେ ୪୨.୬ ମି.ମି., କେନ୍ଦୁଝର ଜିଲ୍ଲାର ଦୈତାରିରେ ୪୦.୦ ମି.ମି., ଖୋର୍ଦ୍ଧା ଜିଲ୍ଲାର ଚିଲିକାରେ ୪୦.୦ ମି.ମି. ଏବଂ କନ୍ଧମାଳ ଜିଲ୍ଲାର ଫୁଲବାଣୀରେ ୩୯.୮ ମି.ମି. ବର୍ଷା ରେକର୍ଡ଼ ହୋଇଛି । ଭୁବନେଶ୍ୱର ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ରବିବାର ଜାରି ହୋଇଥିବା ଟ୍ୱିଟ୍ ରୁ ଏହି ସୂଚନା ମିଳିଛି ।

ହିନ୍ଦୁସ୍ଥାନ ସମାଚାର / ପ୍ରଦୀପ୍ତ


 rajesh pande