ଆଗାମୀ ୨୪ ଘଂଟା ମଧ୍ୟରେ ଝଡ଼ କିମ୍ବା ବଜ୍ରପାତ ଓ ପବନ ନେଇ ୩୦ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ
ଭୁବନେଶ୍ୱର, ୨୮ ସେପ୍ଟେମ୍ବର (ହି.ସ.)- ଆଗାମୀ ୩ ଦିନ ରାଜ୍ୟର କେତେକ ସ୍ଥାନରେ ଝଡ଼ କିମ୍ବା ବଜ୍ରପାତ ଓ ପବନ ନେଇ ଚେତାବନୀ ଜାରି କରିଛି ପାଣିପାଗ ବିଭାଗ । ପରବର୍ତୀ ୨ ଦିନ କେତେକ ସ୍ଥାନରେ ଭୀଷଣ ବର୍ଷା, ଝଡ଼ କିମ୍ବା ବଜ୍ରପାତ ଓ ପବନର ସମ୍ଭାବନା ରହିଛି । ଷଷ୍ଠ ଦିନ କେତେକ ସ୍ଥାନରେ ଭୀଷଣ ବର୍ଷା ନେଇ
ଆଗାମୀ ୨୪ ଘଂଟା ମଧ୍ୟରେ ଝଡ଼ କିମ୍ବା ବଜ୍ରପାତ ଓ ପବନ ନେଇ ୩୦ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ


ଭୁବନେଶ୍ୱର, ୨୮ ସେପ୍ଟେମ୍ବର (ହି.ସ.)- ଆଗାମୀ ୩ ଦିନ ରାଜ୍ୟର କେତେକ ସ୍ଥାନରେ ଝଡ଼ କିମ୍ବା ବଜ୍ରପାତ ଓ ପବନ ନେଇ ଚେତାବନୀ ଜାରି କରିଛି ପାଣିପାଗ ବିଭାଗ । ପରବର୍ତୀ ୨ ଦିନ କେତେକ ସ୍ଥାନରେ ଭୀଷଣ ବର୍ଷା, ଝଡ଼ କିମ୍ବା ବଜ୍ରପାତ ଓ ପବନର ସମ୍ଭାବନା ରହିଛି । ଷଷ୍ଠ ଦିନ କେତେକ ସ୍ଥାନରେ ଭୀଷଣ ବର୍ଷା ନେଇ ଚେତାବନୀ ରହିଥିବା ବେଳେ ସପ୍ତମ ଦିନ ପାଇଁ କୌଣସି ଚେତାବନୀ ନାହିଁ ।

ଆସନ୍ତା ୨୪ ଘଂଟା ମଧ୍ୟରେ ଝଡ଼ କିମ୍ବା ବଜ୍ରପାତ ଓ ପବନ ନେଇ ରାଜ୍ୟର ସମସ୍ତ ୩୦ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି । ଚେତାବନୀ ଜାରି ହୋଇଥିବା ଜିଲ୍ଲା ଗୁଡିକ ମଧ୍ୟରୁ କେତେକ ସ୍ଥାନରେ ପବନର ବେଗ ଘଂଟା ପ୍ରତି ୩୦ରୁ ୪୦ କି.ମି. ରହିପାରେ । ଆସନ୍ତାକାଲି ଅର୍ଥାତ୍ ୨୯ ତାରିଖରେ ଝଡ଼ କିମ୍ବା ବଜ୍ରପାତ ଓ ପବନ ନେଇ ୨୧ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି । ୩୦ ତାରିଖରେ ଝଡ଼ କିମ୍ବା ବଜ୍ରପାତ ଓ ପବନ ନେଇ ସମସ୍ତ ୩୦ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି ।

ସେହିପରି ଅକ୍ଟୋବର ୧ ତାରିଖରେ ଭୀଷଣ ବର୍ଷା, ଝଡ଼ କିମ୍ବା ବଜ୍ରପାତ ଓ ପବନ ନେଇ ୫ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଥିବା ବେଳେ ଝଡ଼ କିମ୍ବା ବଜ୍ରପାତ ଓ ପବନ ନେଇ ଅନ୍ୟ ୨୫ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି । ୨ ତାରିଖରେ ଭୀଷଣ ବର୍ଷା, ଝଡ଼ କିମ୍ବା ବଜ୍ରପାତ ଓ ପବନ ନେଇ ୧୩ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଥିବା ବେଳେ ଝଡ଼ କିମ୍ବା ବଜ୍ରପାତ ଓ ପବନ ନେଇ ଅନ୍ୟ ୧୭ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି । ୩ ତାରିଖରେ ଭୀଷଣ ବର୍ଷା ନେଇ ୫ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି । ୪ ତାରିଖ ପାଇଁ କୌଣସି ଚେତାବନୀ ନାହିଁ । ଭୁବନେଶ୍ୱର ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ରବିବାର ଜାରି ହୋଇଥିବା ଟ୍ୱିଟ୍ ରୁ ଏହି ସୂଚନା ମିଳିଛି ।

ହିନ୍ଦୁସ୍ଥାନ ସମାଚାର / ପ୍ରଦୀପ୍ତ


 rajesh pande