ଭୁବନେଶ୍ୱର, ୨୯ ସେପ୍ଟେମ୍ବର (ହି.ସ) - କ୍ୟାବିନେଟ୍ ବୈଠକ ପରେ ସାମ୍ବାଦିକ ସମ୍ମିଳନୀରେ ପୂର୍ବ ସରକାରକୁ ମୁଖ୍ୟମନ୍ତ୍ରୀ ମୋହନ ମାଝୀ ଟାର୍ଗେଟ୍ କରିଛନ୍ତି। ମୁଖ୍ୟମନ୍ତ୍ରୀ କହିଛନ୍ତି ପୂର୍ବ ସରକାରରେ ପ୍ରାଥମିକ ଶିକ୍ଷା ବ୍ୟବସ୍ଥା ଭୁଶୁଡ଼ି ଥିଲା । ପୂର୍ବ ସରକାର ୫ଟି ନାଁରେ ଭଙ୍ଗା କାନ୍ଥରେ ରଙ୍ଗ ମାରୁଥିଲେ। ଭିତିଭୂମି ବିକାଶ ହେଇନଥିଲା। ଆମ ସରକାର ନୂଆ ଶିକ୍ଷାନୀତି ଲାଗୁ କରିଛନ୍ତି। ପ୍ରାଥମିକ ଶିକ୍ଷା ବିକାଶ ପାଇଁ ପ୍ରତି ପଂଚାୟତରେ ଗୋଦାବରୀଶ ମିଶ୍ର ଆଦର୍ଶ ପ୍ରାଥମିକ ବିଦ୍ୟାଳୟ ପ୍ରତିଷ୍ଠା ହେବ। ଏଥିପାଇଁ ଡିପିଆର ପ୍ରସ୍ତୁତ ହୋଇଛି। ପ୍ରଥମ ପର୍ଯ୍ୟାୟରେ ୩ ବର୍ଷ ପର୍ଯ୍ୟନ୍ତ ୨ ହଜାର ୨୦୦ ଟି ବିଦ୍ୟାଳୟ ନିର୍ମିତ ହେବ। ଏଥିପାଇଁ ୧୨୦୦ କୋଟି ଖର୍ଚ୍ଚ ହେବ।
---------------
ହିନ୍ଦୁସ୍ଥାନ ସମାଚାର / ବନ୍ଦନା