ଜୟପୁର, ୨୯ ସେପ୍େଟମ୍ବର (ହି.ସ.) - ଦେଶି ମଦ ଚାଲାଣ ବେଳେ ଜୟପୁର ଅବକାରି ଥାନା ଚଢାଉ କରି ଜଣେ ମହିଳା ଅଭିଯୁକ୍ତ କୁ ଗିରଫ କରିଛି । ସୁଚନା ଅନୁଯାଇ ଦେଶି ମଦ ଚାଲାଣ ବେଲେ ଜୟପୁର ଅବକାରି ଥାନା ବାଲିଆ ରାସ୍ତାରେ ଚଢାଉ କରି ୮ ଲିଟର ଦେଶି ମଦ ଜବତ କରିଛି । ଗିରଫ ମହିଳା ଅଭିଯୁକ୍ତ କୁ ଆଜି ସଂନ୍ଧ୍ୟା ୫ଟାରେ କୋର୍ଟ ଚାଲାଣ କରିଥିବା ବିଷୟ ଜୟପୁର ଓଆଇସି ସୁବ୍ରତ କେଶୋରି ହିରଣ ସୁଚନା ଦେଇଛନ୍ତି । ସେହିପରି ଜୟପୁର ସଦର ଥାନା ଅନ୍ତର୍ଗତ ଡମଗୁଡା ଜଙ୍ଗଲରେ ଅବକାରି ଚଢାଉ ହୋଇଛି । ଦେଶି ମଦ ପ୍ରସ୍ତୁତ ସହ ଲୁଚାଇ ରଖିଥିବା ସୂଚନା ପାଇ ଚଢାଉ କରାଯାଇଛି । ଚଢାଉ ସୁଚନା ପାଇ ମଦ ମାଫିଆ ମାନେ ଚମ୍ପଟ ମାରିଥିବା ବେଳେ ଅବକାରି ବିଭାଗ ବହୁ ମଦ ଭାଟି ଭାଙ୍ଗିବା ସହ ୧୩ ଶହ ଲିଟର ପୋଚ ଓ ୪୦ ଲିଟର ଦେଶି ମଦ ଜବତ କରି ନଷ୍ଟ କରିଛି । ମଦ ରନ୍ଧା ସରଞ୍ଜାମ ଡ୍ରମ ଅଦିକୁ ଜବତ କରିଥିବା ବିଷୟ ଜୟପୁର ଓଆଇସି ସୁବ୍ରତ କେଶୋରି ହିରଣ ସୁଚନା ଦେଇଛନ୍ତି ।
ହିନ୍ଦୁସ୍ଥାନ ସମାଚାର / ପିକେପି