ଭୁବନେଶ୍ୱର, ୨୯ ସେପ୍ଟେମ୍ବର (ହି.ସ.)- ଆଗାମୀ ୫ ଦିନ ମଧ୍ୟରେ ରାଜ୍ୟର କେତେକ ସ୍ଥାନରେ ଭୀଷଣ ବର୍ଷା, ଝଡ଼ କିମ୍ବା ବଜ୍ରପାତ ଓ ପବନ ନେଇ ଚେତାବନୀ ଜାରି କରିଛି ପାଣିପାଗ ବିଭାଗ । ପରବର୍ତୀ ୨ ଦିନ ପାଇଁ କୌଣସି ଚେତାବନୀ ନାହିଁ ।
ଆସନ୍ତା ୨୪ ଘଂଟା ମଧ୍ୟରେ ଭୀଷଣ ବର୍ଷା, ଝଡ଼ କିମ୍ବା ବଜ୍ରପାତ ଓ ପବନ ନେଇ ରାଜ୍ୟର ୫ ଜିଲ୍ଲା(ଗଞ୍ଜାମ, ଗଜପତି, ରାୟଗଡ଼ା, କୋରାପୁଟ, ମାଲକାନଗିରି)କୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଥିବା ବେଳେ ଝଡ଼ କିମ୍ବା ବଜ୍ରପାତ ଓ ପବନ ନେଇ ୧୫ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି । ବର୍ଷା ନେଇ ୟେଲୋ ୱାର୍ଣ୍ଣିଂ ଜାରି ହୋଇଥିବା ଜିଲ୍ଲା ଗୁଡିକ ମଧ୍ୟରୁ ଗୋଟିଏରୁ ଦୁଇଟି ସ୍ଥାନରେ ୭ରୁ ୧୧ ସେମି ପର୍ଯ୍ୟନ୍ତ ବର୍ଷା ହୋଇପାରେ । ଚେତାବନୀ ଜାରି ହୋଇଥିବା ଜିଲ୍ଲା ଗୁଡିକ ମଧ୍ୟରୁ କେତେକ ସ୍ଥାନରେ ପବନର ବେଗ ଘଂଟା ପ୍ରତି ୩୦ରୁ ୪୦ କି.ମି. ରହିପାରେ ।
ଆସନ୍ତାକାଲି ଅର୍ଥାତ୍ ୩୦ ତାରିଖରେ ଭୀଷଣ ବର୍ଷା, ଝଡ଼ କିମ୍ବା ବଜ୍ରପାତ ଓ ପବନ ନେଇ ୭ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଥିବା ବେଳେ ଝଡ଼ କିମ୍ବା ବଜ୍ରପାତ ଓ ପବନ ନେଇ ୧୪ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି ।
ସେହିପରି ଅକ୍ଟୋବର ୧ ତାରିଖରେ ଭୀଷଣ ବର୍ଷା, ଝଡ଼ କିମ୍ବା ବଜ୍ରପାତ ଓ ପବନ ନେଇ ୫ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଥିବା ବେଳେ ଝଡ଼ କିମ୍ବା ବଜ୍ରପାତ ଓ ପବନ ନେଇ ଅନ୍ୟ ୨୫ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି । ୨ ତାରିଖରେ ଭୀଷଣ ବର୍ଷା, ଝଡ଼ କିମ୍ବା ବଜ୍ରପାତ ଓ ପବନ ନେଇ ୧୩ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଥିବା ବେଳେ ଝଡ଼ କିମ୍ବା ବଜ୍ରପାତ ଓ ପବନ ନେଇ ଅନ୍ୟ ୧୭ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି । ୩ ତାରିଖରେ ଭୀଷଣ ବର୍ଷା, ଝଡ଼ କିମ୍ବା ବଜ୍ରପାତ ଓ ପବନ ନେଇ ୧୨ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଥିବା ବେଳେ ଝଡ଼ କିମ୍ବା ବଜ୍ରପାତ ଓ ପବନ ନେଇ ଅନ୍ୟ ୧୮ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି । ୪ ଓ ୫ ତାରିଖ ପାଇଁ କୌଣସି ଚେତାବନୀ ନାହିଁ । ଭୁବନେଶ୍ୱର ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ସୋମବାର ଜାରି ହୋଇଥିବା ଟ୍ୱିଟ୍ ରୁ ଏହି ସୂଚନା ମିଳିଛି ।
ହିନ୍ଦୁସ୍ଥାନ ସମାଚାର / ପ୍ରଦୀପ୍ତ