ଭୁବନେଶ୍ୱର, 3 ସେପ୍ଟେମ୍ବର (ହି.ସ.)
- ତାଳଚେର ଓ
ଫୁଲବାଣୀ ସରକାରୀ ମେଡିକାଲ କଲେଜରେ ନାମଲେଖା ଅନୁମତି ମିଳିବା ପରେ ପ୍ରଧାନମନ୍ତ୍ରୀ ଓ କେନ୍ଦ୍ର
ସ୍ୱାସ୍ଥ୍ୟମନ୍ତ୍ରୀଙ୍କୁ ଧନ୍ୟବାଦ ଜଣାଇଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ । ଏନେଇ
ସୋସିଆଲ ମିଡିଆ ଏକ୍ସରେ ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ, ୨୦୨୫-୨୬ ଶିକ୍ଷାବର୍ଷରୁ ତାଳଚେରର ପବିତ୍ର
ମୋହନ ପ୍ରଧାନ ମେଡିକାଲ କଲେଜ ଏବଂ କନ୍ଧମାଳର ଫୁଲବାଣୀ ସରକାରୀ ମେଡିକାଲ କଲେଜରେ ୧୦୦ ଟି
ଲେଖାଏଁ MBBS ସିଟ୍ ପାଇଁ ନାମଲେଖା ପ୍ରକ୍ରିୟା ଆରମ୍ଭ କରିବାକୁ ଅନୁମତି ମିଳିବା
ଓଡ଼ିଶା ପାଇଁ ଅତ୍ୟନ୍ତ ଆନନ୍ଦର ବିଷୟ। ଏଥିପାଇଁ ଓଡ଼ିଶାବାସୀଙ୍କ ପକ୍ଷରୁ ମୁଁ ପ୍ରଧାନମନ୍ତ୍ରୀ
ଶ୍ରୀ ନରେନ୍ଦ୍ର ମୋଦି ଏବଂ କେନ୍ଦ୍ର ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରୀ ଶ୍ରୀ ଜେପି
ନଡ୍ଡାଜୀଙ୍କୁ ଆନ୍ତରିକ ଧନ୍ୟବାଦ ଜଣାଉଛି।
ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ, ଏହି ଐତିହାସିକ ପଦକ୍ଷେପ ରାଜ୍ୟରେ ଭେଷଜ ଶିକ୍ଷା
କ୍ଷେତ୍ରରେ ନୂତନ ସୁଯୋଗ ସୃଷ୍ଟି କରିବା ସହିତ ସମଗ୍ର ଓଡ଼ିଶାରେ, ବିଶେଷତଃ
ତାଳଚେର ଓ କନ୍ଧମାଳରେ ସ୍ୱାସ୍ଥ୍ୟସେବାକୁ ଆହୁରି ସୁଦୃଢ଼ କରିବ ଓ ଆମ ଲୋକମାନଙ୍କ ପାଇଁ ସୁଲଭ
ଏବଂ ଗୁଣାତ୍ମକ ସ୍ୱାସ୍ଥ୍ୟସେବା ସୁନିଶ୍ଚିତ କରିବ।
---------------
ହିନ୍ଦୁସ୍ଥାନ ସମାଚାର / ସ୍ୱାଗତିକା