ପୁରୀ ୩ ସେପ୍େଟମ୍ବର (ହି.ସ.) - ଚଳିତ ବର୍ଷ ର ହବିଷ ବ୍ରତ ଅକ୍ଟୋବର ମାସ ୭ ତାରିଖ ରୁ ଆରମ୍ଭ ହୋଇ ଏକ ମାସ ପର୍ଯ୍ୟନ୍ତ ଚାଲିବ।ଏହାକୁ ସୁଚାରୁ ରୁପେ ପରିଚାଳନା ପାଇଁ ଏକ ପ୍ରସ୍ତୁତି ବୈଠକ ଆଜି ଅପରାହ୍ନ ରେ ସର୍କିଟ ହାଉସ ଠାରେ ଅନୁଷ୍ଠିତ ହୋଇଥିଲା।ଏଥିରେ ଅଧ୍ୟକ୍ଷତା କରି ଜିଲ୍ଲାପାଳ ଦିବ୍ଯ ଜ୍ୟୋତି ପରିଡା ପବିତ୍ର କାର୍ତିକ ବ୍ରତ ରେ ହବିଷ୍ୟାଳୀ ମା ମାନେ ଏକ ମାସ ଧରି ଶ୍ରୀକ୍ଷେତ୍ରରେ ରହିବାକୁ ଆସୁଥିବାରୁ ସେମାନଙ୍କ ସମସ୍ତ ସୁବିଧା ପାଇଁ ବ୍ୟବସ୍ଥା କରାଯିବାକୁ ପରାମର୍ଶ ଦେଇଥିଲେ।ମା ମାନଙ୍କର ସୁରକ୍ଷିତ ରହଣି, ସ୍ନାନ, ଶୌଚ ବ୍ୟବସ୍ଥା,ଦର୍ଶନ ବ୍ୟବସ୍ଥା, ମହାପ୍ରସାଦ ସେବନ ବ୍ୟବସ୍ଥା, ସୁରକ୍ଷା ବ୍ୟବସ୍ଥା,ଦର୍ଶନ ଯାତାୟାତ ପାଇଁ ଗାଡି ବ୍ୟବସ୍ଥା,ସଚିକିତ୍ସା ବ୍ୟବସ୍ଥା ଇତ୍ୟାଦି ସମସ୍ତ ବିଷୟ କୁ ଶୃଙ୍ଖଳିତ କରିବା ପାଇଁ ପଦକ୍ଷେପ ନେବାକୁ ସମ୍ପୃକ୍ତ ବିଭାଗ ମାନଙ୍କୁ ନିର୍ଦ୍ଦେଶ ଦେଇଥିଲେ।ବିଗତ ବର୍ଷ ଭଳି ଚଳିତ ବର୍ଷ ମଧ୍ୟ ଅନଲାଇନ ମାଧ୍ୟମରେ ପଞିକରଣ କରାଯିବ। ଏଥିପାଇଁ ବିଭିନ୍ନ ଗଣମାଧ୍ୟମ ମାଧ୍ୟମରେ ସୂଚନା ଦିଆଯିବ। ହବିଷ୍ୟାଳୀ ମା ମାନଙ୍କର ସେବା କୁ ନିଷ୍ଠା ଓ ଧର୍ମର କାର୍ଯ୍ୟ ବୋଲି ବିବେଚନା କରି ପ୍ରତ୍ୟେକ ଦାୟିତ୍ୱ ନିର୍ବାହ ପାଇଁ ଜିଲ୍ଲାପାଳ ଆହ୍ୱାନ ଦେଇଥିଲେ। ଅତିରିକ୍ତ ଜିଲ୍ଲାପାଳ ପ୍ରୋଟୋକଲ ନିଳମାଧବ ଭୋଇ ସମସ୍ତ ଙ୍କୁ ସ୍ୱାଗତ କରି ବିଗତ ବର୍ଷ ବୃନ୍ଦାବତୀ ନିବାସ ,ଅକ୍ଷୟ ପାତ୍ର ,ବଗଲା ଧର୍ମଶାଳା ,ବାଗେଡିଆ ଧର୍ମଶାଳା ଓ ମୋଚିସାହି କଲ୍ୟାଣ ମଣ୍ଡପ ଠାରେ ହବିଷ୍ୟାଳୀ ମା ମାନଙ୍କର ରହଣି ର ବ୍ୟବସ୍ଥା ହୋଇଥିଲା ବୋଲି କହିଥିଲେ।
ଏହାକୁ ସମ୍ମିଳିତ ଭାବେ ସୁନ୍ଦର ଭାବେ ସଫଳ କରିବା ବୋଲି ସେ କହିଥିଲେ। ମା ମାନଙ୍କର ସୁରକ୍ଷିତ ରହଣି, ପ୍ରବଚନ, ଭଜନ, ପାଲା ଇତ୍ୟାଦି ବ୍ୟବସ୍ଥା, ଚିକିତ୍ସା, ପରିମଳ,ପାନୀୟ ଜଳ,ସ୍ୱଛାସେବୀ ସହଯୋଗ ଇତ୍ୟାଦି ବ୍ୟବସ୍ଥା କରାଯିବ। ଏଥିପାଇଁ ସମ୍ପୃକ୍ତ ବିଭାଗର ଅଧିକାରୀ ଓ କର୍ମଚାରୀ ଙ୍କୁ ଦାୟିତ୍ୱ ଦିଆଯାଇଛି। ଏହାକୁ ସୁ ନିୟନ୍ତ୍ରିତ କରିବାକୁ ନୋଡାଲ ଅଧିକାରୀ, ବରିଷ୍ଠ ଅଧିକାରୀ ମାନଙ୍କୁ ଦାୟିତ୍ୱ ଦିଆଯାଇଛି। ମା ମାନଙ୍କୁ ଠାକୁର ଦର୍ଶନ ସମୟରେ ସୁରକ୍ଷା ଓ ଶୃଙ୍ଖଳିତ ଦର୍ଶନ ପାଇଁ ଆରକ୍ଷୀ ବିଭାଗ ଓ ସ୍ୱଛାସେବୀ ମାନେ ସମନ୍ୱୟ ରଖି କାର୍ଯ୍ୟ କରିବେ। ଏହି କାର୍ଯ୍ୟ ଏକ ବ୍ୟାପକ ଓ ଏକ ମାସ ଧରି କରିବା ର ଆବଶ୍ୟକତା ଥିବାରୁ ବିଭିନ୍ନ ବିଭାଗର କର୍ମଚାରୀ ଓ ସ୍ୱଛାସେବୀ ମାନଙ୍କୁ ମଧ୍ୟ ଦାୟିତ୍ୱ ଦିଆଯାଇ ଉପଯୁକ୍ତ ପ୍ରଶିକ୍ଷଣ ଦିଆଯିବ।ତେଣୁ ଏହି କାର୍ଯ୍ୟ କୁ ପାରସ୍ପରିକ ସମନ୍ୱୟ ରଖି କାର୍ଯ୍ୟ କରିବାକୁ ଜିଲ୍ଲାପାଳ ସମସ୍ତ ଙ୍କୁ ପରାମର୍ଶ ଦେଇଥିଲେ।ଏହି ବୈଠକରେ ଅତିରିକ୍ତ ଜିଲ୍ଲାପାଳ ପ୍ରଶାସନ ଶରତ ଚନ୍ଦ୍ର ବେହେରା, ଅତିରିକ୍ତ ଜିଲ୍ଲାପାଳ ରାଜସ୍ୱ ଡଃ ଶରତ ଚନ୍ଦ୍ର ମହାପାତ୍ର, ଜିଲ୍ଲା ପରିଷଦର ମୁଖ୍ୟ ଉନ୍ନୟନ ଅଧିକାରୀ ତଥା କାର୍ଯ୍ୟ ନିର୍ବାହୀ ଅଧିକାରୀ ପ୍ରିୟରଞ୍ଜନ ପୃଷ୍ଟି, ଶ୍ରୀମନ୍ଦିର ଉନ୍ନୟନ ପ୍ରଶାସକ ଦେବବ୍ରତ ସାହୁ,ପୌର ନିର୍ବାହୀ ଅଧିକାରୀ ଅଭିମନ୍ୟୁ ବେହେରା,ଉପ ଜିଲ୍ଲାପାଳ ରାଜ କିଶୋର ଜେନା , ସିଡିଏମଓ ଡା ଅକ୍ଷୟ କୁମାର ଶତପଥୀ , ଅତିରିକ୍ତ ଏସପି ସଚିନ ପାଟିଲ,ପୂର୍ତ ବିଭାଗ ଅଧିକ୍ଷଣ ଯନ୍ତ୍ରୀ ସୌମ୍ୟ ରଞ୍ଜନ ଦ୍ୱିବେଦୀ, ଶ୍ରୀମନ୍ଦିର ଉପ ପ୍ରଶାସକ ରଞ୍ଜନ ବେହେରା, ଡେପୁଟି କଲେକ୍ଟର ପ୍ରିୟଦର୍ଶିନୀ ମଲ୍ଲିକ,ସଂସ୍କୃତି ଅଧିକାରୀ ହେମନ୍ତ ବେହେରା, ଅନ୍ୟାନ୍ୟ ଜିଲ୍ଲା ସ୍ତରୀୟ ଅଧିକାରୀ ପ୍ରମୁଖ ଯୋଗ ଦେଇଥିଲେ।
---------------
ହିନ୍ଦୁସ୍ଥାନ ସମାଚାର / ବିଜୟ