ଆତ୍ମହତ୍ୟା ରୋକିବାକୁ ଜିଲ୍ଲା ହେଡ୍ କ୍ୱ୍ୱାର୍ଟରରେ ହେବ ଜୀବନ ଜିନ୍ଦାବାଦ କାର୍ଯ୍ୟକ୍ରମ
ଭୁବନେଶ୍ୱର, ୦୩ ସେପ୍ଟେମ୍ବର (ହି.ସ.) - ଆତ୍ମହତ୍ୟା ରୋକିବାକୁ ଲୋକସେବା ଭବନରେ ଉଚ୍ଚଶିକ୍ଷା ମନ୍ତ୍ରୀ ସୂର୍ଯ୍ୟବଂଶୀ ସୂରଜଙ୍କ ଅଧ୍ୟକ୍ଷତାରେ ବଡ ବୈଠକ ଅନୁଷ୍ଠିତ ହୋଇଯାଇଛି। ବୈଠକରେ ମୁଖ୍ୟ ଶାସନ ସଚିବ, ପୋଲିସ ଡିଜି, ଉଚ୍ଚଶିକ୍ଷା ବିଭାଗର ସଚିବ ଓ ବିଭିନ୍ନ ଅଧିକାରୀ ଉପସ୍ଥିତ ରହିଛନ୍ତି। ଆତ୍ମହତ୍ୟା
ଆତ୍ମହତ୍ୟା ରୋକିବାକୁ ଜିଲ୍ଲା ହେଡ୍ କ୍ୱ୍ୱାର୍ଟରରେ ହେବ ଜୀବନ ଜିନ୍ଦାବାଦ କାର୍ଯ୍ୟକ୍ରମ


ଭୁବନେଶ୍ୱର, ୦୩ ସେପ୍ଟେମ୍ବର (ହି.ସ.) - ଆତ୍ମହତ୍ୟା ରୋକିବାକୁ ଲୋକସେବା ଭବନରେ ଉଚ୍ଚଶିକ୍ଷା ମନ୍ତ୍ରୀ ସୂର୍ଯ୍ୟବଂଶୀ ସୂରଜଙ୍କ ଅଧ୍ୟକ୍ଷତାରେ ବଡ ବୈଠକ ଅନୁଷ୍ଠିତ ହୋଇଯାଇଛି। ବୈଠକରେ ମୁଖ୍ୟ ଶାସନ ସଚିବ, ପୋଲିସ ଡିଜି, ଉଚ୍ଚଶିକ୍ଷା ବିଭାଗର ସଚିବ ଓ ବିଭିନ୍ନ ଅଧିକାରୀ ଉପସ୍ଥିତ ରହିଛନ୍ତି। ଆତ୍ମହତ୍ୟା ରୋକିବାକୁ ଜିଲ୍ଲା ହେଡ୍ କ୍ୱ୍ୱାର୍ଟରରେ 'ଜୀବନ ଜିନ୍ଦାବାଦ' କାର୍ଯ୍ୟକ୍ରମ କରାଯିବ। ସେପ୍ଟେମ୍ବର ୧୦ ତାରିଖରୁ କାର୍ଯ୍ୟକ୍ରମ ଆରମ୍ଭ ହେବ। ଏଥିରେ କଲେଜ , ସ୍କୁଲ ଛାତ୍ରଛାତ୍ରୀ ଓ ଯୁବବର୍ଗ ମାନେ ସାମିଲ ହେବେ। ୭୦ରୁ ଅଧିକ କଳାକାର ଏଥିରେ ସାମିଲ ହେବେ। ମହିଳା ଶିଶୁ ବିକାଶ ବିଭାଗ, ଗୃହ ଓ ଉଚ୍ଚ ଶିକ୍ଷା ବିଭାଗ ବିଭାଗ ପକ୍ଷରୁ ମିଳିତ ଭାବେ ଏହି କାର୍ଯ୍ୟକ୍ରମ ଆୟୋଜିତ ହେବ ବୋଲି ବୈଠକରୁ ଜଣାପଡିଛି।

---------------

ହିନ୍ଦୁସ୍ଥାନ ସମାଚାର / ବନ୍ଦନା


 rajesh pande