ଭୁବନେଶ୍ୱର, ୦୩ ସେପ୍ଟେମ୍ବର (ହି.ସ.) - ୩୫ତମ ରାଜ୍ୟ ଚଳଚ୍ଚିତ୍ର ପୁରସ୍କାର-୨୦୨୩ ଏବଂ ୩୬ତମ ରାଜ୍ୟ ଚଳଚ୍ଚିତ୍ର ପୁରସ୍କାର-୨୦୨୪ ନିମନ୍ତେ ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗ ପକ୍ଷରୁ ଦରଖାସ୍ତ ଆହ୍ୱାନ କରାଯାଇଛି। ଆଗ୍ରହୀ ପ୍ରଯୋଜକମାନେ ଆସନ୍ତା ୪ ଅକ୍ଟୋବର (୦୪.୧୦.୨୦୨୫) ରିଖ ସୁଦ୍ଧା ଏଂଟ୍ରି ଫର୍ମ ସହ ଆବଶ୍ୟକ କାଗଜପତ୍ର ଓ ଚଳଚ୍ଚିତ୍ରର ସଫ୍ଟ କପି (ପେନ୍ ଡ୍ରାଇଭ)କୁ ରେଜିଷ୍ଟର୍ଡ଼ ପୋଷ୍ଟ/ ସ୍ପିଡ଼ ପୋଷ୍ଟ / ପାର୍ସଲ ମାଧ୍ୟମରେ ବିଭାଗ ନିକଟରେ ଦାଖଲ କରିପାରିବେ।
୩୫ତମ ରାଜ୍ୟ ଚଳଚ୍ଚିତ୍ର ପୁରସ୍କାର-୨୦୨୩ ପାଇଁ ପ୍ରେରିତ ହୋଇଥିବା ଚଳଚ୍ଚିତ୍ରଗୁଡିକ ୦୧.୦୧.୨୦୨୩ ରିଖରୁ ୩୧.୧୨.୨୦୨୩ ରିଖ ମଧ୍ୟରେ ଚଳଚ୍ଚିତ୍ର ପ୍ରମାଣନ ପତ୍ର ପ୍ରାପ୍ତ ହୋଇଥିବା ଆବଶ୍ୟକ। ସେହିପରି ଭାବେ ୩୬ତମ ରାଜ୍ୟ ଚଳଚ୍ଚିତ୍ର ପୁରସ୍କାର-୨୦୨୪ ପାଇଁ ପ୍ରେରିତ ହୋଇଥିବା ଚଳଚ୍ଚିତ୍ରଗୁଡିକ ୦୧.୦୧.୨୦୨୪ ରୁ ୩୧.୧୨.୨୦୨୪ ରିଖ ଅବଧି ମଧ୍ୟରେ ଚଳଚ୍ଚିତ୍ର ପ୍ରମାଣନ ପତ୍ର ପ୍ରାପ୍ତ ହୋଇଥିବା ଆବଶ୍ୟକ।
ଓଡ଼ିଆ ଚଳଚ୍ଚିତ୍ର ଉପରେ ଓଡ଼ିଆ/ଇଂରାଜୀ ଭାଷାରେ ଲିଖିତ ଶ୍ରେଷ୍ଠ ଲେଖା ପାଇଁ ପୁରସ୍କାର ନିମନ୍ତେ ଆଗ୍ରହୀ ଲେଖକ/ଲେଖିକାମାନେ ଆବେଦନ କରିବା ସହିତ ବୁକ୍ /ମନଗ୍ରାଫ ଦଶ ଖଣ୍ଡ ନକଲ ତା ୪.୧୦.୨୦୨୫ ରିଖ ସୁଦ୍ଧା ରେଜିଷ୍ଟ୍ରର୍ଡ଼ ପୋଷ୍ଟ/ ସ୍ପିଡ଼ ପୋଷ୍ଟ / ପାର୍ସଲ ମାଧ୍ୟମରେ ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗ ନିକଟରେ ଦାଖଲ କରିପାରିବେ।
ରାଜ୍ୟ ଚଳଚ୍ଚିତ୍ର ପୁରସ୍କାର ସମ୍ବନ୍ଧୀୟ ସବିଶେଷ ବିବରଣୀ ଓ ନିୟମାବଳୀ ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗର ୱେବସାଇଟରେ ଉପଲବ୍ଧ କରାଯାଇଛି।
---------------
ହିନ୍ଦୁସ୍ଥାନ ସମାଚାର / ବନ୍ଦନା