ରାଇକଳା ଠାରେ ଲୋକଙ୍କ ସହ ଆଲୋଚନା କରିବା ସହ ଅଭିଯୋଗ ପତ୍ର ଗ୍ରହଣ କଲେ ମୁଖ୍ୟମନ୍ତ୍ରୀ
ଭୁବନେଶ୍ୱର, 30 ସେପ୍ଟେମ୍ବର (ହି.ସ.) ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ କେନ୍ଦୁଝର ଗସ୍ତରେ ଯାଇ ନିଜ ଗାଁ ରାଇକଳା ଠାରେ ଲୋକଙ୍କ ସହ ଆଲୋଚନା କରିବା ସହ ଅଭିଯୋଗ ପତ୍ର ଗ୍ରହଣ କରିଛନ୍ତି । ମୁଖ୍ୟମନ୍ତ୍ରୀ ଶ୍ରୀ ମାଝୀ ନିଜେ ସୋସିଆଲ ମିଡିଆ ଜରିଆରେ ଏହି ସୂଚନା ଦେଇଛନ୍ତି । ସେ ସୋସିଆଲ ମିଡିଆରେ ଏ ସମ୍
ରାଇକଳା ଠାରେ ଲୋକଙ୍କ ସହ ଆଲୋଚନା କରିବା ସହ ଅଭିଯୋଗ ପତ୍ର ଗ୍ରହଣ କଲେ ମୁଖ୍ୟମନ୍ତ୍ରୀ


ଭୁବନେଶ୍ୱର, 30 ସେପ୍ଟେମ୍ବର (ହି.ସ.) ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ କେନ୍ଦୁଝର ଗସ୍ତରେ ଯାଇ ନିଜ ଗାଁ ରାଇକଳା ଠାରେ ଲୋକଙ୍କ ସହ ଆଲୋଚନା କରିବା ସହ ଅଭିଯୋଗ ପତ୍ର ଗ୍ରହଣ କରିଛନ୍ତି । ମୁଖ୍ୟମନ୍ତ୍ରୀ ଶ୍ରୀ ମାଝୀ ନିଜେ ସୋସିଆଲ ମିଡିଆ ଜରିଆରେ ଏହି ସୂଚନା ଦେଇଛନ୍ତି ।

ସେ ସୋସିଆଲ ମିଡିଆରେ ଏ ସମ୍ପର୍କରେ ସୂଚନା ଦେଇ ଲେଖିଛନ୍ତି ଯେ, ଆଜି କେନ୍ଦୁଝର ଗସ୍ତ ଅବସରରେ ରାଇକଳା ସ୍ଥିତ ବାସଭବନରେ ଜନସାଧାରଣଙ୍କ ସହ ମିଶିବା ସହ ବିଭିନ୍ନ ବିଷୟରେ ଆଲୋଚନା କଲି ଓ ଅଭିଯୋଗ ପତ୍ର ଗ୍ରହଣ କଲି। ମୁଁ ଆପଣଙ୍କ ମାଟିର ପୁଅ, ଆପଣଙ୍କ ଭିତରୁ ଜଣେ, ଆପଣମାନେ ହିଁ ମୋର ଶକ୍ତି ଓ ସାମର୍ଥ୍ୟ। ଆପଣଙ୍କ ଆତ୍ମୀୟତା ନିକଟରେ ମୁଁ ସବୁବେଳେ ଋଣୀ।

---------------

ହିନ୍ଦୁସ୍ଥାନ ସମାଚାର / ସମନ୍ୱୟ


 rajesh pande