
ଭୁବନେଶ୍ୱର, ୩୦ ସେପ୍ଟେମ୍ବର (ହି.ସ.)- ଗତ ୨୪ ଘଂଟା ମଧ୍ୟରେ ରାଜ୍ୟର କେତେକ ସ୍ଥାନରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ହୋଇଛି । କନ୍ଧମାଳ ଜିଲ୍ଲାର ରାଇକିଆରେ ସର୍ବାଧିକ ୪୮.୬ ମି.ମି. ବର୍ଷା ରେକର୍ଡ଼ ହୋଇଛି ।
ସେହିପରି ଅନୁଗୁଳ ଜିଲ୍ଲାର ପାଲଲହଡ଼ାରେ ୪୪.୦ ମି.ମି., ଜଗତସିଂହପୁର ଜିଲ୍ଲାର କୁଜଙ୍ଗରେ ୩୮.୦ ମି.ମି., ସମ୍ବଲପୁର ଜିଲ୍ଲାର ରେଢ଼ାଖୋଲରେ ୩୮.୦ ମି.ମି., ମାଲକାନଗିରି ଜିଲ୍ଲାର ଚିତ୍ରକୋଣ୍ଡାରେ ୩୮.୦ ମି.ମି., କୋରାପୁଟ ଜିଲ୍ଲାର ବୋରିଗୁମ୍ମାରେ ୨୯.୪ ମି.ମି., ନୟାଗଡ଼ ଜିଲ୍ଲାର ଦଶପଲ୍ଲାରେ ୨୯.୩ ମି.ମି., ଗଞ୍ଜାମ ଜିଲ୍ଲାର ଚିକିଟିରେ ୨୮.୦ ମି.ମି., କନ୍ଧମାଳ ଜିଲ୍ଲାର ଟିକାବାଲିରେ ୨୬.୦ ମି.ମି., ଯାଜପୁର ଜିଲ୍ଲାର ବିଞ୍ଝାରପୁରରେ ୨୫.୦ ମି.ମି., ନୟାଗଡ଼ ଜିଲ୍ଲାର ଗଣିଆରେ ୨୫.୦ ମି.ମି., ମୟୂରଭଞ୍ଜ ଜିଲ୍ଲାର କରଞ୍ଜିଆରେ ୨୪.୦ ମି.ମି., ଗଜପତି ଜିଲ୍ଲାର ନୂଆଗଡ଼ରେ ୨୩.୨ ମି.ମି. ବର୍ଷା ରେକର୍ଡ଼ ହୋଇଛି । ଭୁବନେଶ୍ୱର ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ମଙ୍ଗଳବାର ଜାରି ହୋଇଥିବା ଟ୍ୱିଟ୍ ରୁ ଏହି ସୂଚନା ମିଳିଛି ।
ହିନ୍ଦୁସ୍ଥାନ ସମାଚାର / ପ୍ରଦୀପ୍ତ