ଖୋଲିଲା ଆଉ ଗୋଟିଏ ସ୍ଲୁଇସ୍ ଗେଟ୍ : ହୀରାକୁଦ ଜଳଭଣ୍ଡାରରୁ ୧୦ ସ୍ଲୁଇସ୍ ଗେଟ୍ ଦେଇ ବନ୍ୟାଜଳ ନିଷ୍କାସନ ଜାରି
ସମ୍ବଲପୁର, ୩୦ ସେପ୍ଟେମ୍ବର (ହି.ସ.)- ମଙ୍ଗଳବାର ଦିନ ୧୨ଟା ସୁଦ୍ଧା ୮ଟି ସ୍ଲୁଇସ୍ ଗେଟ୍ ଦେଇ ହୀରାକୁଦ ଜଳଭଣ୍ଡାରରୁ ମହାନଦୀକୁ ବନ୍ୟାଜଳ ନିଷ୍କାସନ ଜାରି ରହିଥିବା ବେଳେ ପରେ ସ୍ଥିତିକୁ ଦୃଷ୍ଟିରେ ରଖି ଅପରାହ୍ନ ସାଢ଼େ ୨ଟା ସୁଦ୍ଧା ଗୋଟିଏ ଏବଂ ଅପରାହ୍ନ ୪ଟା ୫୫ ରେ ଆଉ ଗୋଟିଏ ସ୍ଲୁଇସ୍ ଗେଟ୍ ଖୋଲା ଯାଇ
ହୀରାକୁଦ ଜଳଭଣ୍ଡାର


ସମ୍ବଲପୁର, ୩୦ ସେପ୍ଟେମ୍ବର (ହି.ସ.)- ମଙ୍ଗଳବାର ଦିନ ୧୨ଟା ସୁଦ୍ଧା ୮ଟି ସ୍ଲୁଇସ୍ ଗେଟ୍ ଦେଇ ହୀରାକୁଦ ଜଳଭଣ୍ଡାରରୁ ମହାନଦୀକୁ ବନ୍ୟାଜଳ ନିଷ୍କାସନ ଜାରି ରହିଥିବା ବେଳେ ପରେ ସ୍ଥିତିକୁ ଦୃଷ୍ଟିରେ ରଖି ଅପରାହ୍ନ ସାଢ଼େ ୨ଟା ସୁଦ୍ଧା ଗୋଟିଏ ଏବଂ ଅପରାହ୍ନ ୪ଟା ୫୫ ରେ ଆଉ ଗୋଟିଏ ସ୍ଲୁଇସ୍ ଗେଟ୍ ଖୋଲା ଯାଇଛି । ସଂନ୍ଧ୍ୟା ୬ଟା ସୁଦ୍ଧା ମୋଟ୍ ୧୦ଟି ସ୍ଲୁଇସ୍ ଗେଟ୍ ଦେଇ ହୀରାକୁଦ ଜଳଭଣ୍ଡାରରୁ ଜଳ ନିଷ୍କାସନ ଜାରି ରହିଛି । ଜଳଭଣ୍ଡାରର ବାମ ପାଶ୍ୱର୍ ଡାଇକ୍ ର ୭ଟି ଓ ଡାହାଣ ପାଶ୍ୱର୍ ଡାଇକ୍ ର ୩ଟି ସ୍ଲୁଇସ୍ ଗେଟ୍ ଖୋଲା ରହିଛି ।

ଜଳଭଣ୍ଡାରର ଜଳ ଧାରଣ କ୍ଷମତା ୬୩୦ ଫୁଟ୍ ରହିଥିବା ବେଳେ ସଂନ୍ଧ୍ୟା ୬ଟା ସୁଦ୍ଧା ଜଳଭଣ୍ଡାରର ଜଳ ପତନ ୬୩୦.୦୦ ଫୁଟ୍ ରହିଛି । ଜଳଭଣ୍ଡାର ମଧ୍ୟକୁ ପ୍ରତି ସେକେଣ୍ଡରେ ୧ ଲକ୍ଷ ୯୯ ହଜାର ୫୩ କ୍ୟୁସେକ୍ ଜଳ ପ୍ରବେଶ କରୁଥିବା ବେଳେ ୧୦ଟି ସ୍ଲୁଇସ୍ ଗେଟ୍‌, ସ୍ପିଲୱେ ଓ ପାୱାର ଚେନେଲ ଦେଇ ପ୍ରତି ସେକେଣ୍ଡରେ ୧ ଲକ୍ଷ ୯୯ ହଜାର ୫୩ କ୍ୟୁସେକ୍ ଜଳ ନିଷ୍କାସନ ହେଉଛି । ଜଳଭଣ୍ଡାରର ଜଳ ପତନ ଉପରେ ବିଭାଗୀୟ ସର୍ବୋଚ୍ଚ ଯନ୍ତ୍ରୀ ଓ ବିଶେଷଜ୍ଞ ମାନେ ତୀକ୍ଷ୍ନ ଦୃଷ୍ଟି ରଖିଛନ୍ତି ।

ଅନ୍ୟପକ୍ଷରେ ଗତ ୨୪ ଘଂଟା ମଧ୍ୟରେ ଜଳଭଣ୍ଡାରର ଉପର ମୁଣ୍ଡରେ ୦.୨୫ ମି.ମି. ବର୍ଷା ରେକର୍ଡ଼ ହୋଇଥିବା ବେଳେ ତଳ ମୁଣ୍ଡରେ ୦.୭୭ ମି.ମି. ବର୍ଷା ରେକର୍ଡ଼ ହୋଇଛି ।

ହିନ୍ଦୁସ୍ଥାନ ସମାଚାର / ପ୍ରଦୀପ୍ତ


 rajesh pande