ଭୁବନେଶ୍ୱର, 04 ସେପ୍ଟେମ୍ବର (ହି.ସ.) ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଆଜି ନୂଆଦିଲ୍ଲୀ ଠାରେ କେନ୍ଦ୍ର ମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବଙ୍କୁ ଭେଟିଛନ୍ତି । ସେ ନିଜେ ସୋସିଆଲ ମିଡିଆ ଜରିଆରେ ଏହି ସୂଚନା ଦେଇଛନ୍ତି ।
ସେ ସୋସିଆଲ ମିଡିଆରେ ଲେଖିଛନ୍ତି, ଆଜି ନୂଆଦିଲ୍ଲୀରେ କେନ୍ଦ୍ର ରେଳ, ସୂଚନା ଓ ପ୍ରସାରଣ, ଇଲେକ୍ଟ୍ରୋନିକ୍ସ ଓ ସୂଚନା ପ୍ରଯୁକ୍ତି ବିଦ୍ୟା ମନ୍ତ୍ରୀ ଶ୍ରୀ ଅଶ୍ୱିନୀ ବୈଷ୍ଣବଙ୍କ ସହ ସୌଜନ୍ୟମୂଳକ ସାକ୍ଷାତ କଲି। ଏହି ଅବସରରେ ଓଡ଼ିଶା ସମ୍ବନ୍ଧୀୟ ଅନେକ ଗୁରୁତ୍ୱପୂର୍ଣ୍ଣ ବିଷୟ ସହ ରାଜ୍ୟରେ ରେଳ ଭିତ୍ତିଭୂମିର ବିକାଶ, ସେମିକଣ୍ଡକ୍ଟର ଶିଳ୍ପ ଏବଂ ଆଇଟି କ୍ଷେତ୍ରର ପ୍ରସାର ଆଦି ବିଷୟରେ ଆଲୋଚନା ହୋଇଛି।
---------------
ହିନ୍ଦୁସ୍ଥାନ ସମାଚାର / ଅନିଲ