ଭୁବନେଶ୍ୱର, ୪ ସେପ୍ଟେମ୍ବର (ହି.ସ.)- ଆସନ୍ତା ୨୪ ଘଂଟା ମଧ୍ୟରେ ଭୀଷଣ ବର୍ଷା, ଝଡ଼, କିମ୍ବା ବଜ୍ରପାତ ଓ ପବନ ନେଇ ୧୫ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରିଛି ପାଣିପାଗ ବିଭାଗ । ସେହି ଜିଲ୍ଲା ଗୁଡିକ ହେଲା କେନ୍ଦୁଝର, ମୟୂରଭଞ୍ଜ, ଢ଼େଙ୍କାନାଳ, ଅନୁଗୁଳ, ବାଲେଶ୍ୱର, ଭଦ୍ରକ, ଯାଜପୁର, କଟକ, କେନ୍ଦ୍ରାପଡ଼ା, ସୁନ୍ଦରଗଡ଼, ଝାରସୁଗୁଡ଼ା, ସମ୍ବଲପୁର, ବରଗଡ଼, ବଲାଙ୍ଗିର, ନୂଆପଡ଼ା । ଏହା ବ୍ୟତୀତ ଝଡ଼ କିମ୍ବା ବଜ୍ରପାତ ଓ ପବନ ନେଇ ଅନ୍ୟ ୧୫ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି । ଚେତାବନୀ ଜାରି ହୋଇଥିବା ଜିଲ୍ଲା ଗୁଡିକରେ ପବନର ବେଗ ଘଂଟା ପ୍ରତି ୩୦ରୁ ୪୦ କି.ମି. ରହିପାରେ । ବର୍ଷା ନେଇ ୟେଲୋ ୱାର୍ଣ୍ଣିଂ ଜାରି ହୋଇଥିବା ଜିଲ୍ଲା ଗୁଡିକ ମଧ୍ୟରୁ ଗୋଟିଏ ଦୁଇଟି ସ୍ଥ।।ନରେ ୭ରୁ ୧୧ ସେ.ମି. ପର୍ଯ୍ୟନ୍ତ ବର୍ଷା ହୋଇପାରେ ।
ଆସନ୍ତାକାଲି ଅର୍ଥାତ୍ ୫ ତାରିଖରେ ସମ୍ଭାବ୍ୟ ଝଡ଼, କିମ୍ବା ବଜ୍ରପାତ ଓ ପବନ ନେଇ ୨୦ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି । ୬ ତାରିଖରେ ସମ୍ଭାବ୍ୟ ଝଡ଼, କିମ୍ବା ବଜ୍ରପାତ ଓ ପବନ ନେଇ ୧୪ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି । ୭ ତାରିଖରେ ଝଡ଼, କିମ୍ବା ବଜ୍ରପାତ ଓ ପବନ ନେଇ ୧୪ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି । ୮ ତାରିଖରେ ଝଡ଼, କିମ୍ବା ବଜ୍ରପାତ ଓ ପବନ ନେଇ ୧୪ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି । ଆସନ୍ତା ୯ ଓ ୧୦ ତାରିଖ ପାଇଁ କୌଣସି ଚୋବନୀ ନାହିଁ । ଭୁବନେଶ୍ୱର ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ଜାରି ହୋଇଥିବା ଟ୍ୱିଟ୍ ରୁ ଏହି ସୂଚନା ମିଳିଛି ।
ହିନ୍ଦୁସ୍ଥାନ ସମାଚାର / ପ୍ରଦୀପ୍ତ