ଖୋଲିଲା ଆଉ ୨ସ୍ଲୁଇସ୍ ଗେଟ୍ : ହୀରାକୁଦ ଜଳଭଣ୍ଡାରରୁ ୧୬ ସ୍ଲୁଇସ୍ ଗେଟ୍ ଦେଇ ବନ୍ୟାଜଳ ନିଷ୍କାସନ ଜାରି
ସମ୍ବଲପୁର, ୪ ସେପ୍ଟେମ୍ବର (ହି.ସ.)- ଗୁରୁବାର ଅପରାହ୍ନ ୩ଟା ସୁଦ୍ଧା ହୀରାକୁଦ ଜଳଭଣ୍ଡାରରୁ ୧୪ଟି ସ୍ଲୁଇସ୍ ଗେଟ୍ ଦେଇ ବନ୍ୟାଜଳ ନିଷ୍କାସନ ଚାଲିଥିବା ବେଳେ ପରେ ସ୍ଥିତିକୁ ଦେଖି ଆଉ ୨ଟି ସ୍ଲୁଇସ୍ ଗେଟ୍ ଖୋଲା ଯାଇଛି । ଫଳରେ ସନ୍ଧ୍ୟା ସୁଦ୍ଧା ମୋଟ୍ ୧୬ଟି ସ୍ଲୁଇସ୍ ଗେଟ୍ ଦେଇ ମହାନଦୀକୁ ବନ୍ୟାଜଳ ନିଷ୍
ହିରାକୁଦ ଜଳଭଣ୍ଡାର


ସମ୍ବଲପୁର, ୪ ସେପ୍ଟେମ୍ବର (ହି.ସ.)- ଗୁରୁବାର ଅପରାହ୍ନ ୩ଟା ସୁଦ୍ଧା ହୀରାକୁଦ ଜଳଭଣ୍ଡାରରୁ ୧୪ଟି ସ୍ଲୁଇସ୍ ଗେଟ୍ ଦେଇ ବନ୍ୟାଜଳ ନିଷ୍କାସନ ଚାଲିଥିବା ବେଳେ ପରେ ସ୍ଥିତିକୁ ଦେଖି ଆଉ ୨ଟି ସ୍ଲୁଇସ୍ ଗେଟ୍ ଖୋଲା ଯାଇଛି । ଫଳରେ ସନ୍ଧ୍ୟା ସୁଦ୍ଧା ମୋଟ୍ ୧୬ଟି ସ୍ଲୁଇସ୍ ଗେଟ୍ ଦେଇ ମହାନଦୀକୁ ବନ୍ୟାଜଳ ନିଷ୍କାସନ ଚାଲିଛି । ଜଳଭଣ୍ଡାରର ବାମ ପାଶ୍ୱର୍ ଡାଇକ୍ ର ୧୧ଟି ଓ ଡାହାଣ ପାଶ୍ୱର୍ ଡାଇକ୍ ର ୫ଟି ସ୍ଲୁଇସ୍ ଗେଟ୍ ଖୋଲା ରହିଛି ।

ଜଳଭଣ୍ଡାରର ଜଳ ଧାରଣ କ୍ଷମତା ୬୩୦ ଫୁଟ୍ ରହିଥିବା ବେଳେ ଅପରାହ୍ନ ୩ଟା ସୁଦ୍ଧା ଜଳଭଣ୍ଡାରର ଜଳ ପତନ ୬୨୬.୩୩ ଫୁଟ୍ ରହିଛି । ଜଳଭଣ୍ଡାରର ଜଳ ପତନ ଉପରେ ବିଭାଗୀୟ ସର୍ବୋଚ୍ଚ ଯନ୍ତ୍ରୀ ଓ ବିଶେଷଜ୍ଞ ମାନେ ତୀକ୍ଷ୍ନ ଦୃଷ୍ଟି ରଖିଛନ୍ତି ।

ହିନ୍ଦୁସ୍ଥାନ ସମାଚାର / ପ୍ରଦୀପ୍ତ


 rajesh pande