ଭୁବନେଶ୍ୱର, 4 ସେପ୍ଟେମ୍ବର (ହି.ସ.)- ଆସନ୍ତା ୧୭ରେ
୫୦ ହଜାର ଅନ୍ତ୍ୟୋଦୟ ଘର ବାଣ୍ଟିବେ ରାଜ୍ୟ ସରକାର । ପ୍ରଧାନମନ୍ତ୍ରୀ ମୋଦିଙ୍କ ଜନ୍ମଦିନରେ
ବଣ୍ଟାଯିବ ୫୦ ହଜାର ଅନ୍ତ୍ୟୋଦୟ ଘର । ଏନେଇ ସୂଚନା ଦେଇଛନ୍ତ ପଞ୍ଚାୟତିରାଜ ମନ୍ତ୍ରୀ
ରବିନାରାୟଣ ନାଏକ । ମୋଦିଙ୍କ ଜନ୍ମଦିନରେ ଅନ୍ତ୍ୟୋଦୟ ଗୃହ ଯୋଜନାର କାର୍ଯ୍ୟାଦେଶ ଦିଆଯିବ । ପୂର୍ବରୁ
୧ ଲକ୍ଷରୁ ଊର୍ଦ୍ଧ୍ବ ହିତାଧିକାରୀଙ୍କୁ ଯୋଜନାରେ ସାମିଲ୍ କରାଯାଇଛି । ନଭେମ୍ବରରେ ଦିଆଯିବ
ପିଏମ୍ ଆବାସର କାର୍ଯ୍ୟାଦେଶ । ନୂଆ ପିଏମ୍ ଆବାସ ସର୍ଭେରେ ଆବେଦନ କରିଥିଲେ ୩୫ ଲକ୍ଷ
ହିତାଧିକାରୀ । ନଭେମ୍ବର ସୁଦ୍ଧା ସମସ୍ତ ପ୍ରକ୍ରିୟା ସରିବ, କାର୍ଯ୍ୟାଦେଶ ପ୍ରକ୍ରିୟା ଆରମ୍ଭ ହେବ ବୋଲି ମନ୍ତ୍ରୀ କହିଛନ୍ତି ।
---------------
ହିନ୍ଦୁସ୍ଥାନ ସମାଚାର / ସ୍ୱାଗତିକା