ସୋମବାର ସେପ୍ଟେମ୍ବର 8ରେ ବନ୍ଦ ରହିବ ମୁଖ୍ୟମନ୍ତ୍ରୀଙ୍କ ଅଭିଯୋଗ ଶୁଣାଣି
ଭୁବନେଶ୍ୱର, 4 ସେପ୍ଟେମ୍ବର (ହି.ସ.)- ଆସନ୍ତା ସେପ୍ଟେମ୍ବର ୮ ତାରିଖ ସୋମବାର, ମୁଖ୍ୟମନ୍ତ୍ରୀଙ୍କ ଦ୍ୱାରା ହେବାକୁ ଥିବା ଜନସାଧାରଣଙ୍କ ବିଭିନ୍ନ ଅଭିଯୋଗର ଶୁଣାଣି ଅନିବାର୍ଯ୍ୟ କାରଣବଶତଃ ସ୍ଥଗିତ ରହିବ। ୟୁନିଟ-୨, ଅଶୋକନଗର, ଭୁବନେଶ୍ୱର ସ୍ଥିତ ପୂର୍ବତନ ସରକାରୀ ପ୍ରା
ସୋମବାର ସେପ୍ଟେମ୍ବର 8ରେ     ବନ୍ଦ ରହିବ ମୁଖ୍ୟମନ୍ତ୍ରୀଙ୍କ ଅଭିଯୋଗ ଶୁଣାଣି


ଭୁବନେଶ୍ୱର, 4 ସେପ୍ଟେମ୍ବର (ହି.ସ.)- ଆସନ୍ତା

ସେପ୍ଟେମ୍ବର ୮ ତାରିଖ ସୋମବାର, ମୁଖ୍ୟମନ୍ତ୍ରୀଙ୍କ ଦ୍ୱାରା ହେବାକୁ ଥିବା ଜନସାଧାରଣଙ୍କ ବିଭିନ୍ନ ଅଭିଯୋଗର ଶୁଣାଣି ଅନିବାର୍ଯ୍ୟ

କାରଣବଶତଃ ସ୍ଥଗିତ ରହିବ। ୟୁନିଟ-୨, ଅଶୋକନଗର, ଭୁବନେଶ୍ୱର ସ୍ଥିତ

ପୂର୍ବତନ ସରକାରୀ ପ୍ରାଥମିକ ବିଦ୍ୟାଳୟ (କ୍ୟାପିଟାଲ ନର୍ସରୀ ନିକଟସ୍ଥ) ଠାରେ ଏହି ଅଭିଯୋଗ

ଶୁଣାଣି ପାଇଁ ଅନଲାଇନ ପଞ୍ଜୀକରଣ କରିଥିବା ଜନସାଧାରଣଙ୍କ ଆପତ୍ତି ଅଭିଯୋଗ,

ପରବର୍ତ୍ତୀ ଜନଶୁଣାଣି ଶିବିରରେ ଗ୍ରହଣ କରାଯିବ । ପରବର୍ତ୍ତୀ

ଜନଶୁଣାଣିର ସମୟ ଓ ତାରିଖ ଜନସାଧାରଣଙ୍କ ଅବଗତି ନିମନ୍ତେ ବିଭିନ୍ନ ଗଣମାଧ୍ୟମ ଜରିଆରେ ଜଣାଇ ଦିଆଯିବ।

---------------

ହିନ୍ଦୁସ୍ଥାନ ସମାଚାର / ସ୍ୱାଗତିକା


 rajesh pande