ଭୁବନେଶ୍ୱର, 4 ସେପ୍ଟେମ୍ବର (ହି.ସ.)- ଗାୟକ ଅଭିଜିତ
ମଜୁମଦାରଙ୍କ ଆଶୁ ଆରୋଗ୍ୟ କାମନା କରିଛନ୍ତି ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକ । ଏନେଇ
ସୋସିଆଲ ମିଡିଆ ଏକ୍ସରେ ନବୀନ କହିଛନ୍ତି ଯେ, ଓଡ଼ିଶାର ବିଶିଷ୍ଟ ସଙ୍ଗୀତ ନିର୍ଦ୍ଦେଶକ ତଥା
ଗାୟକ ଅଭିଜିତ ମଜୁମଦାର ଅସୁସ୍ଥତା କାରଣରୁ ଏମ୍ସରେ ଚିକିତ୍ସିତ ହେଉଥିବା ବିଷୟରେ ଅବଗତ ହେଲି।
ମହାପ୍ରଭୁ ଶ୍ରୀ ଜଗନ୍ନାଥଙ୍କ ନିକଟରେ ତାଙ୍କର ଉତ୍ତମ ସ୍ୱାସ୍ଥ୍ୟ ଓ ଆଶୁଆରୋଗ୍ୟ କାମନା କରୁଛି।
---------------
ହିନ୍ଦୁସ୍ଥାନ ସମାଚାର / ସ୍ୱାଗତିକା