ଜୟପୁର, ୪ ସେପ୍ଟେମ୍ବର (ହି.ସ.)- ଜାତୀୟ ଆଇନ ସେବା ପ୍ରାଧିକରଣ ଓ ରାଜ୍ୟ ଆଇନ ସେବା ପ୍ରାଧିକରଣ ନିର୍ଦ୍ଦେଶ କ୍ରମେ ଆସନ୍ତା ୧୩ ତାରିଖ ଶନିବାର ଜିଲ୍ଲା ଆଇନ ସେବା ପ୍ରାଧିକରଣ, କୋରାପୁଟ-ଜୟପୁର ସମେତ କୋରାପୁଟ, କୋଟପାଡ, ବୋରିଗୁମ୍ମା, ସେମିଲିଗୁଡା, ଦଶମନ୍ତପୁର, ଲମତାପୁଟ ଏବଂ ଲକ୍ଷ୍ମୀପୁରରେ ଥିବା ସମସ୍ତ କୋର୍ଟ ପରିସରରେ ତୃତୀୟ ରାଷ୍ଟ୍ରୀୟ ଲୋକ ଅଦାଲତ ଅନୁଷ୍ଠିତ ହେବାକୁ ଯାଉଅଛି । ଏହି ରାଷ୍ଟ୍ରୀୟ ଲୋକ ଅଦାଲତରେ ପ୍ରାୟ ସମସ୍ତ ପ୍ରକାରର ବିଚାରାଧିନ ମୋକଦ୍ଦମା ଯଥା ଦେୱାନୀ, ଫୌଜଦାରୀ (ସାଲିସ ଯୋଗ୍ୟ ) ମୋଟର ଦୁର୍ଘଟଣାଜନିତ କ୍ଷତିପୂରଣ, ବ୍ୟାଙ୍କ ଋଣ, ବିଦ୍ୟୁତ ଓ ଜଳ ଯୋଗାଣ, ପାରିବାରିକ, ଜମି ଅଧିଗ୍ରହଣ, ଶ୍ରମ ଓ ନିଯୁକ୍ତି ବିବାଦ, ଚେକ ବାଉନ୍ସ, ରାଜସ୍ୱ, ଖାଉଟି ବିବାଦ, ଜମି ଅଧିଗ୍ରହଣ, ଚାକିରି ସମନ୍ଧୀୟ ମାମଲା ଇତ୍ୟାଦିର ଆପୋଷ ସହମତିରେ ସମାଧାନ ହେଉଅଛି । କେବଳ ବିଚାରାଧିନ ମୋକଦ୍ଦମା ନୁହେଁ, ପ୍ରାକ-ମୋକଦ୍ଦମା ସ୍ତରୀୟ (କଚେରୀରେ ଦାୟର ହୋଇନଥିବା ) ବିବାଦର ମଧ୍ୟ ଲୋକ ଅଦାଲତରେ ସମାଧାନ ହୋଇପାରିବ । ତେଣୁ ଏହି ଲୋକ ଅଦାଲତ ମାଧ୍ୟମରେ ହେଉଥିବା ଉପରୋକ୍ତ ଜଡିତ ସମସ୍ତ ମୋକଦ୍ଦମାର ସମାଧାନ ପାଇଁ ଏବଂ ଆର୍ଥିକ ଖର୍ଚ୍ଚ ଓ ସମୟ ଅପଚୟରୁ ନିସ୍ତାର ପାଇଁ ନିକଟସ୍ଥ ଅଦାଲତରେ କାର୍ଯ୍ୟରତ ଥିବା ଜିଲ୍ଲା ଆଇନ ସେବା ପ୍ରାଧିକରଣ, ଜୟପୁର ବା ଜିଲ୍ଲାର ୭ ଗୋଟି ତାଲୁକ ଲିଗାଲ ଆଇନ ସେବା କାର୍ଯ୍ୟ।ଳୟ ସହ ତୁରନ୍ତ ଯୋଗାଯୋଗ କରିବାକୁ କୁହାଯାଇଛି ।
ହିନ୍ଦୁସ୍ଥାନ ସମାଚାର / ପିକେପି