ସମ୍ବଲପୁର, ୫ ସେପ୍ଟେମ୍ବର (ହି.ସ.)- ଶୁକ୍ରବାର ଦିନ ୧୨ଟା ସୁଦ୍ଧା ୨୦ଟି ସ୍ଲୁଇସ୍ ଗେଟ୍ ଦେଇ ବନ୍ୟାଜଳ ନିଷ୍କାସନ ଚାଲିଥିବା ବେଳେ ପରେ ସ୍ଥିତିକୁ ଦେଖି ଅପରାହ୍ନରେ ଆଉ ୪ଟି ସ୍ଲୁଇସ୍ ଗେଟ୍ ଖୋଲା ଯାଇଛି । ଫଳରେ ମୋଟ୍ ୨୪ଟି ସ୍ଲୁଇସ୍ ଗେଟ୍ ଦେଇ ମହାନଦୀକୁ ବନ୍ୟାଜଳ ନିଷ୍କାସନ ଜାରି ରହିଛି । ଜଳଭଣ୍ଡାରର ବାମ ପାଶ୍ୱର୍ ଡାଇକ୍ ର ୧୬ଟି ଓ ଡାହାଣ ପାଶ୍ୱର୍ ଡାଇକ୍ ର ୮ଟି ସ୍ଲୁଇସ୍ ଗେଟ୍ ଖୋଲା ରହିଛି ।
ଜଳଭଣ୍ଡାରର ଜଳ ଧାରଣ କ୍ଷମତା ୬୩୦ ଫୁଟ୍ ରହିଥିବା ବେଳେ ଦିନ ୧୨ଟା ସୁଦ୍ଧା ଜଳଭଣ୍ଡାରର ଜଳ ପତନ ୬୨୬.୬୨ ଫୁଟ୍ ରହିଛି । ଜଳଭଣ୍ଡାରର ଜଳ ପତନ ଉପରେ ବିଭାଗୀୟ ସର୍ବୋଚ୍ଚ ଯନ୍ତ୍ରୀ ଓ ବିଶେଷଜ୍ଞ ମାନେ ତୀକ୍ଷ୍ନ ଦୃଷ୍ଟି ରଖିଛନ୍ତି । ଅନ୍ୟପକ୍ଷରେ ଗତ ୨୪ ଘଂଟା ମଧ୍ୟରେ ଜଳଭଣ୍ଡାରର ଉପର ମୁଣ୍ଡରେ ୧୧.୧୮ ମି.ମି. ବର୍ଷା ରେକର୍ଡ଼ ହୋଇଥିବା ବେଳେ ତଳ ମୁଣ୍ଡରେ ୦୬.୮୦ ମି.ମି. ବର୍ଷା ରେକର୍ଡ଼ ହୋଇଛି ।
ହିନ୍ଦୁସ୍ଥାନ ସମାଚାର / ପ୍ରଦୀପ୍ତ