ବନ୍ଦ ହେଲା ୪ ସ୍ଲୁଇସ୍ ଗେଟ୍ : ହୀରାକୁଦ ଜଳଭଣ୍ଡାରରୁ ୨୦ ସ୍ଲୁଇସ୍ ଗେଟ୍ ଦେଇ ବନ୍ୟାଜଳ ନିଷ୍କାସନ ଜାରି
ସମ୍ବଲପୁର, ୬ ସେପ୍ଟେମ୍ବର (ହି.ସ.)- ଶନିବାର ସକାଳ ୯ଟା ସୁଦ୍ଧା ୨୪ଟି ସ୍ଲୁଇସ୍ ଗେଟ୍ ଦେଇ ହୀରାକୁଦ ଜଳଭଣ୍ଡାରରୁ ବନ୍ୟାଜଳ ନିଷ୍କାସନ ଚାଲିଥିବା ବେଳେ ପରେ ୪ଟି ସ୍ଲୁଇସ୍ ଗେଟ୍ କୁ ବନ୍ଦ କରାଯାଇଛି । ୨୦ଟି ସ୍ଲୁଇସ୍ ଗେଟ୍ ଦେଇ ମହାନଦୀକୁ ବନ୍ୟାଜଳ ନିଷ୍କାସନ ଜାରି ରହିଛି । ଜଳଭଣ୍ଡାରର ବାମ ପାଶ୍ୱର୍
ହିରାକୁଦ ଜଳଭଣ୍ଡାର


ସମ୍ବଲପୁର, ୬ ସେପ୍ଟେମ୍ବର (ହି.ସ.)- ଶନିବାର ସକାଳ ୯ଟା ସୁଦ୍ଧା ୨୪ଟି ସ୍ଲୁଇସ୍ ଗେଟ୍ ଦେଇ ହୀରାକୁଦ ଜଳଭଣ୍ଡାରରୁ ବନ୍ୟାଜଳ ନିଷ୍କାସନ ଚାଲିଥିବା ବେଳେ ପରେ ୪ଟି ସ୍ଲୁଇସ୍ ଗେଟ୍ କୁ ବନ୍ଦ କରାଯାଇଛି । ୨୦ଟି ସ୍ଲୁଇସ୍ ଗେଟ୍ ଦେଇ ମହାନଦୀକୁ ବନ୍ୟାଜଳ ନିଷ୍କାସନ ଜାରି ରହିଛି । ଜଳଭଣ୍ଡାରର ବାମ ପାଶ୍ୱର୍ ଡାଇକ୍ ର ୧୩ଟି ଓ ଡାହାଣ ପାଶ୍ୱର୍ ଡାଇକ୍ ର ୭ଟି ସ୍ଲୁଇସ୍ ଗେଟ୍ ଖୋଲା ରହିଛି ।

ଜଳଭଣ୍ଡାରର ଜଳ ଧାରଣ କ୍ଷମତା ୬୩୦ ଫୁଟ୍ ରହିଥିବା ବେଳେ ସକାଳ ୯ଟା ସୁଦ୍ଧା ଜଳଭଣ୍ଡାରର ଜଳ ପତନ ୬୨୬.୩୫ ଫୁଟ୍ ରହିଛି । ଜଳଭଣ୍ଡାରର ଜଳ ପତନ ଉପରେ ବିଭାଗୀୟ ସର୍ବୋଚ୍ଚ ଯନ୍ତ୍ରୀ ଓ ବିଶେଷଜ୍ଞ ମାନେ ତୀକ୍ଷ୍ନ ଦୃଷ୍ଟି ରଖିଛନ୍ତି ।

ହିନ୍ଦୁସ୍ଥାନ ସମାଚାର / ପ୍ରଦୀପ୍ତ


 rajesh pande