ହୀରାକୁଦ ଜଳଭଣ୍ଡାରରୁ ୧୬ ସ୍ଲୁଇସ୍ ଗେଟ୍ ଦେଇ ବନ୍ୟାଜଳ ନିଷ୍କାସନ ଜାରି
ସମ୍ବଲପୁର, ୬ ସେପ୍ଟେମ୍ବର (ହି.ସ.)- ଶନିବାର ଅପରାହ୍ନ ୩ଟା ସୁଦ୍ଧା ୨୦ଟି ସ୍ଲୁଇସ୍ ଗେଟ୍ ଦେଇ ହୀରାକୁଦ ଜଳଭଣ୍ଡାରରୁ ବନ୍ୟାଜଳ ନିଷ୍କାସନ ଚାଲିଥିବା ବେଳେ ପରେ ୪ଟି ସ୍ଲୁଇସ୍ ଗେଟ୍ କୁ ବନ୍ଦ କରାଯାଇଛି । ସନ୍ଧ୍ୟା ୬ଟା ସୁଦ୍ଧା ୧୬ଟି ସ୍ଲୁଇସ୍ ଗେଟ୍ ଦେଇ ମହାନଦୀକୁ ବନ୍ୟାଜଳ ନିଷ୍କାସନ ଜାରି ରହିଛି ।
ହିରାକୁଦ ଜଳଭଣ୍ଡାର


ସମ୍ବଲପୁର, ୬ ସେପ୍ଟେମ୍ବର (ହି.ସ.)- ଶନିବାର ଅପରାହ୍ନ ୩ଟା ସୁଦ୍ଧା ୨୦ଟି ସ୍ଲୁଇସ୍ ଗେଟ୍ ଦେଇ ହୀରାକୁଦ ଜଳଭଣ୍ଡାରରୁ ବନ୍ୟାଜଳ ନିଷ୍କାସନ ଚାଲିଥିବା ବେଳେ ପରେ ୪ଟି ସ୍ଲୁଇସ୍ ଗେଟ୍ କୁ ବନ୍ଦ କରାଯାଇଛି । ସନ୍ଧ୍ୟା ୬ଟା ସୁଦ୍ଧା ୧୬ଟି ସ୍ଲୁଇସ୍ ଗେଟ୍ ଦେଇ ମହାନଦୀକୁ ବନ୍ୟାଜଳ ନିଷ୍କାସନ ଜାରି ରହିଛି । ଜଳଭଣ୍ଡାରର ବାମ ପାଶ୍ୱର୍ ଡାଇକ୍ ର ୧୧ଟି ଓ ଡାହାଣ ପାଶ୍ୱର୍ ଡାଇକ୍ ର ୫ଟି ସ୍ଲୁଇସ୍ ଗେଟ୍ ଖୋଲା ରହିଛି ।

ଜଳଭଣ୍ଡାରର ଜଳ ଧାରଣ କ୍ଷମତା ୬୩୦ ଫୁଟ୍ ରହିଥିବା ବେଳେ ସନ୍ଧ୍ୟା ୬ଟା ସୁଦ୍ଧା ଜଳଭଣ୍ଡାରର ଜଳ ପତନ ୬୨୬.୩୭ ଫୁଟ୍ ରହିଛି । ଜଳଭଣ୍ଡାର ମଧ୍ୟକୁ ପ୍ରତି ସେକେଣ୍ଡରେ ୩ ଲକ୍ଷ ୩୮ ହଜାର ୯୮୭ କ୍ୟୁସେକ୍ ଜଳ ପ୍ରବେଶ କରୁଥିବା ବେଳେ ୧୬ଟି ସ୍ଲୁଇସ୍ ଗେଟ୍‌, ସ୍ପିଲୱେ ଓ ପାୱାର ଚେନେଲ ଦେଇ ପ୍ରତି ସେକେଣ୍ଡରେ ୨ ଲକ୍ଷ ୯୪ ହଜାର ୯୩୮ କ୍ୟୁସେକ୍ ଜଳ ନିଷ୍କାସନ ହେଉଛି । ଜଳଭଣ୍ଡାରର ଜଳ ପତନ ଉପରେ ବିଭାଗୀୟ ସର୍ବୋଚ୍ଚ ଯନ୍ତ୍ରୀ ଓ ବିଶେଷଜ୍ଞ ମାନେ ତୀକ୍ଷ୍ନ ଦୃଷ୍ଟି ରଖିଛନ୍ତି ।

ଏଠାରେ ଉଲ୍ଲେଖଯୋଗ୍ୟ, ଆଜି ସକାଳେ ୪ଟି ସ୍ଲୁଇସ୍ ଗେଟ୍ ବନ୍ଦ କରାଯାଇଥିବା ବେଳେ ଅପରାହ୍ନରେ ଆଉ ୪ଟି ସ୍ଲୁଇସ୍ ଗେଟ୍ ବନ୍ଦ କରାଯାଇଛି । ଅନ୍ୟପକ୍ଷରେ ଗତ ୨୪ ଘଂଟା ମଧ୍ୟରେ ଜଳଭଣ୍ଡାରର ଉପର ମୁଣ୍ଡରେ ୧.୨୦ ମି.ମି. ବର୍ଷା ରେକର୍ଡ଼ ହୋଇଥିବା ବେଳେ ତଳ ମୁଣ୍ଡରେ ୦୮.୭୭ ମି.ମି. ବର୍ଷା ରେକର୍ଡ଼ ହୋଇଛି ।

ହିନ୍ଦୁସ୍ଥାନ ସମାଚାର / ପ୍ରଦୀପ୍ତ


 rajesh pande