ଆଗାମୀ ୨୪ ଘଂଟା ମଧ୍ୟରେ ଭୀଷଣ ବର୍ଷା, ଝଡ଼, କିମ୍ବା ବଜ୍ରପାତ ଓ ପବନ ନେଇ ୮ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ; ଝଡ଼ କିମ୍ବା ବଜ୍ରପାତ ଓ ପବନ ନେଇ ଅନ୍ୟ ୧୬ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ
ଭୁବନେଶ୍ୱର, ୭ ସେପ୍ଟେମ୍ବର (ହି.ସ.)- ଆଗାମୀ ୭ ଦିନ ମଧ୍ୟରେ ରାଜ୍ୟରେ କେତେକ ସ୍ଥାନରେ ଭୀଷଣରୁ ଅତି ଭୀଷଣ ବର୍ଷା, ଅନ୍ୟ କେତେକ ସ୍ଥାନରେ ଭୀଷଣ ବର୍ଷା, ଝଡ଼, କିମ୍ବା ବଜ୍ରପାତ ଓ ପବନ ନେଇ ଚେତାବନୀ ଜାରି କରିଛି ପାଣିପାଗ ବିଭାଗ । ଆଗାମୀ ୨୪ ଘଂଟା ମଧ୍ୟରେ ଭୀଷଣ ବର୍ଷା, ଝଡ଼, କିମ୍ବା ବଜ୍ରପାତ ଓ ପବନ
ଆଗାମୀ ୨୪ ଘଂଟା ମଧ୍ୟରେ ଭୀଷଣ ବର୍ଷା, ଝଡ଼, କିମ୍ବା ବଜ୍ରପାତ ଓ ପବନ ନେଇ ୮ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ; ଝଡ଼ କିମ୍ବା ବଜ୍ରପାତ ଓ ପବନ ନେଇ ଅନ୍ୟ ୧୬ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ


ଭୁବନେଶ୍ୱର, ୭ ସେପ୍ଟେମ୍ବର (ହି.ସ.)- ଆଗାମୀ ୭ ଦିନ ମଧ୍ୟରେ ରାଜ୍ୟରେ କେତେକ ସ୍ଥାନରେ ଭୀଷଣରୁ ଅତି ଭୀଷଣ ବର୍ଷା, ଅନ୍ୟ କେତେକ ସ୍ଥାନରେ ଭୀଷଣ ବର୍ଷା, ଝଡ଼, କିମ୍ବା ବଜ୍ରପାତ ଓ ପବନ ନେଇ ଚେତାବନୀ ଜାରି କରିଛି ପାଣିପାଗ ବିଭାଗ ।

ଆଗାମୀ ୨୪ ଘଂଟା ମଧ୍ୟରେ ଭୀଷଣ ବର୍ଷା, ଝଡ଼, କିମ୍ବା ବଜ୍ରପାତ ଓ ପବନ ନେଇ ୮ ଜିଲ୍ଲା(ଗଞ୍ଜାମ, ଗଜପତି, ରାୟଗଡ଼ା, ବଲାଙ୍ଗିର, କଳାହାଣ୍ଡି, ନବରଙ୍ଗପୁର, କୋରାପୁଟ, ମାଲକାନଗିରି)କୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଥିବା ବେଳେ ଝଡ଼ କିମ୍ବା ବଜ୍ରପାତ ଓ ପବନ ନେଇ ଅନ୍ୟ ୧୬ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରିଛି ପାଣିପାଗ ବିଭାଗ । ବର୍ଷା ନେଇ ୟେଲୋ ୱାର୍ଣ୍ଣିଂ ଜାରି ହୋଇଥିବା ଜିଲ୍ଲା ଗୁଡିକ ମଧ୍ୟରୁ ଗୋଟିଏ ଦୁଇଟି ସ୍ଥ।।ନରେ ୭ରୁ ୧୧ ସେ.ମି. ପର୍ଯ୍ୟନ୍ତ ବର୍ଷା ହୋଇପାରେ । ଚେତାବନୀ ଜାରି ହୋଇଥିବା ଜିଲ୍ଲା ଗୁଡିକରେ ପବନର ବେଗ ଘଂଟା ପ୍ରତି ୩୦ରୁ ୪୦ କି.ମି. ରହିପାରେ ।

ଆସନ୍ତାକାଲି ଅର୍ଥାତ୍ ୮ ତାରିଖରେ ଭୀଷଣ ବର୍ଷା, ଝଡ଼, କିମ୍ବା ବଜ୍ରପାତ ଓ ପବନ ନେଇ ୪ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଥିବା ବେଳେ ଝଡ଼, କିମ୍ବା ବଜ୍ରପାତ ଓ ପବନ ନେଇ ଅନ୍ୟ ୨୦ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି ।

୯ ତାରିଖରେ ଝଡ଼, କିମ୍ବା ବଜ୍ରପାତ ଓ ପବନ ନେଇ ୧୯ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି । ୧୦ ତାରିଖରେ ଭୀଷଣ ବର୍ଷା ଝଡ଼, କିମ୍ବା ବଜ୍ରପାତ ଓ ପବନ ନେଇ ୨ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଥିବା ବେଳେ ଝଡ଼, କିମ୍ବା ବଜ୍ରପାତ ଓ ପବନ ନେଇ ୨୨ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି । ୧୧ ତାରିଖରେ ଭୀଷଣରୁ ଅତିଭୀଷଣ ବର୍ଷା, ଝଡ଼, କିମ୍ବା ବଜ୍ରପାତ ଓ ପବନ ନେଇ ୨ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ ଜାରି ହୋଇଥିବା ବେଳେ ଭୀଷଣ ବର୍ଷା, ଝଡ଼, କିମ୍ବା ବଜ୍ରପାତ ଓ ପବନ ନେଇ ୮ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି । ୧୨ ତାରିଖରେ ଭୀଷଣରୁ ଅତିଭୀଷଣ ବର୍ଷା ନେଇ ୨ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ ଜାରି ହୋଇଥିବା ବେଳେ ଭୀଷଣ ବର୍ଷା ନେଇ ୬ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି । ୧୩ ତାରିଖରେ ଭୀଷଣ ବର୍ଷା ନେଇ ୩ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି । ଭୁବନେଶ୍ୱର ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ଜାରି ହୋଇଥିବା ଟ୍ୱିଟ୍ ରୁ ଏହି ସୂଚନା ମିଳିଛି ।

ହିନ୍ଦୁସ୍ଥାନ ସମାଚାର / ପ୍ରଦୀପ୍ତ


 rajesh pande