ବନ୍ଦ ହେଲା ୪ ସ୍ଲୁଇସ୍ ଗେଟ୍ : ହୀରାକୁଦ ଜଳଭଣ୍ଡାରରୁ ୪ ସ୍ଲୁଇସ୍ ଗେଟ୍ ଦେଇ ବନ୍ୟାଜଳ ନିଷ୍କାସନ ଜାରି
ସମ୍ବଲପୁର, ୭ ସେପ୍ଟେମ୍ବର (ହି.ସ.)- ରବିବାର ଅପରାହ୍ନ ୩ଟା ସୁଦ୍ଧା ୮ଟି ସ୍ଲୁଇସ୍ ଗେଟ୍ ଦେଇ ହୀରାକୁଦ ଜଳଭଣ୍ଡାରରୁ ବନ୍ୟାଜଳ ନିଷ୍କାସନ ଚାଲିଥିବା ବେଳେ ପରେ ୪ଟି ସ୍ଲୁଇସ୍ ଗେଟ୍ କୁ ବନ୍ଦ କରାଯାଇଛି । ସନ୍ଧ୍ୟା ୬ଟା ସୁଦ୍ଧା ୪ଟି ସ୍ଲୁଇସ୍ ଗେଟ୍ ଦେଇ ମହାନଦୀକୁ ବନ୍ୟାଜଳ ନିଷ୍କାସନ ଜାରି ରହିଛି । ଜଳ
ହିରାକୁଦ ଜଳଭଣ୍ଡାର


ସମ୍ବଲପୁର, ୭ ସେପ୍ଟେମ୍ବର (ହି.ସ.)- ରବିବାର ଅପରାହ୍ନ ୩ଟା ସୁଦ୍ଧା ୮ଟି ସ୍ଲୁଇସ୍ ଗେଟ୍ ଦେଇ ହୀରାକୁଦ ଜଳଭଣ୍ଡାରରୁ ବନ୍ୟାଜଳ ନିଷ୍କାସନ ଚାଲିଥିବା ବେଳେ ପରେ ୪ଟି ସ୍ଲୁଇସ୍ ଗେଟ୍ କୁ ବନ୍ଦ କରାଯାଇଛି । ସନ୍ଧ୍ୟା ୬ଟା ସୁଦ୍ଧା ୪ଟି ସ୍ଲୁଇସ୍ ଗେଟ୍ ଦେଇ ମହାନଦୀକୁ ବନ୍ୟାଜଳ ନିଷ୍କାସନ ଜାରି ରହିଛି । ଜଳଭଣ୍ଡାରର ବାମ ପାଶ୍ୱର୍ ଡାଇକ୍ ର ୩ଟି ଓ ଡାହାଣ ପାଶ୍ୱର୍ ଡାଇକ୍ ର ଗୋଟିଏ ସ୍ଲୁଇସ୍ ଗେଟ୍ ଖୋଲା ରହିଛି । ଜଳଭଣ୍ଡାରର ଜଳ ଧାରଣ କ୍ଷମତା ୬୩୦ ଫୁଟ୍ ରହିଥିବା ବେଳେ ଅପରାହ୍ନ ୩ଟା ସୁଦ୍ଧା ଜଳଭଣ୍ଡାରର ଜଳ ପତନ ୬୨୬.୫୮ ଫୁଟ୍ ରହିଛି । ଜଳଭଣ୍ଡାରର ଜଳ ପତନ ଉପରେ ବିଭାଗୀୟ ସର୍ବୋଚ୍ଚ ଯନ୍ତ୍ରୀ ଓ ବିଶେଷଜ୍ଞ ମାନେ ତୀକ୍ଷ୍ନ ଦୃଷ୍ଟି ରଖିଛନ୍ତି ।

ଅନ୍ୟପକ୍ଷରେ ଗତ ୨୪ ଘଂଟା ମଧ୍ୟରେ ଜଳଭଣ୍ଡାରର ଉପର ମୁଣ୍ଡରେ ୦୧.୦୨ ମି.ମି. ବର୍ଷା ରେକର୍ଡ଼ ହୋଇଥିବା ବେଳେ ତଳ ମୁଣ୍ଡରେ ୦୨.୨୩ ମି.ମି. ବର୍ଷା ରେକର୍ଡ଼ ହୋଇଛି ।

ହିନ୍ଦୁସ୍ଥାନ ସମାଚାର / ପ୍ରଦୀପ୍ତ


 rajesh pande