ଭୁବନେଶ୍ୱର, ୭ ସେପ୍ଟେମ୍ବର (ହି.ସ.)- ଗତ ୨୪ ଘଂଟା ମଧ୍ୟରେ ରାଜ୍ୟର ୨ ସ୍ଥାନରେ ଭୀଷଣ ବର୍ଷା ହୋଇଥିବା ବେଳେ ଅନ୍ୟ କେତେକ ସ୍ଥାନରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ହୋଇଛି । ଢ଼େଙ୍କାନାଳ ଜିଲ୍ଲାର ଭୁବନରେ ସର୍ବାଧିକ ୧୧୨.୦ ମି.ମି. ବର୍ଷା ରେକର୍ଡ଼ ହୋଇଛି ।
ସେହିପରି କନ୍ଧମାଳ ଜିଲ୍ଲାର କୋଟଗଡ଼ରେ ୭୧.୦ ମି.ମି., ଢ଼େଙ୍କାନାଳ ଜିଲ୍ଲାର ଗଁଦିଆରେ ୫୭.୦ ମି.ମି., କଳାହାଣ୍ଡି ଜିଲ୍ଲାର କୋକସରାରେ ୪୫.୦ ମି.ମି., କନ୍ଧମାଳ ଜିଲ୍ଲାର ଜି. ଉଦୟଗିରି ୪୨.୪ ମି.ମି., କଟକ ଜିଲ୍ଲାର କଂଟାପଡ଼ାରେ ୪୨.୦ ମି.ମି., ଅନୁଗୁଳ ଜିଲ୍ଲାର ଟିକରପଡ଼ାରେ ୩୯.୪ ମି.ମି., ବରଗଡ଼ ଜିଲ୍ଲାର ବିଜେପୁରରେ ୩୩.୩ ମି.ମି., ନୟାଗଡ଼ ଜିଲ୍ଲାର ଭାପୁରରେ ୩୦.୩ ମି.ମି., କଳାହାଣ୍ଡି ଜିଲ୍ଲାର ନର୍ଲାରେ ୩୦.୦ ମି.ମି., କେନ୍ଦୁଝର ଜିଲ୍ଲାର ବାଂଶପାଳରେ ୨୯.୩ ମି.ମି., ଗଞ୍ଜାମ ଜିଲ୍ଲାର ମାଧବରିଡାରେ ୨୮.୮ ମି.ମି. ଏବଂ ରାୟଗଡ଼ା ଜିଲ୍ଲାର ଅମ୍ବାଦୋଳାରେ ୨୮.୫ ମି.ମି. ବର୍ଷା ରେକର୍ଡ଼ ହୋଇଛି । ଭୁବନେଶ୍ୱର ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ଜାରି ହୋଇଥିବା ଟ୍ୱିଟ୍ ରୁ ଏହି ସୂଚନା ମିଳିଛି ।
ହିନ୍ଦୁସ୍ଥାନ ସମାଚାର / ପ୍ରଦୀପ୍ତ