ରାଜ୍ୟରେ ପ୍ରବଳ ବର୍ଷୁଛି
ଭୁବନେଶ୍ୱର, 7 ସେପ୍ଟେମ୍ବର (ହି.ସ.)- ରାଜ୍ୟରେ ପ୍ରବଳ ବର୍ଷା ଜାରି ରହିଛି । ଉତ୍ତର-ପଶ୍ଚିମ ବଙ୍ଗୋପସାଗର ଏବଂ ଏହାର ପାର୍ଶ୍ବବର୍ତ୍ତୀ ପଶ୍ଚିମ-କେନ୍ଦ୍ରୀୟ ବଙ୍ଗୋପସାଗର ସହିତ ଦକ୍ଷିଣ ଓଡ଼ିଶା ଓ ଉତ୍ତର ଆନ୍ଧ୍ରପ୍ରଦେଶ ଉପକୂଳ ଅଞ୍ଚଳରେ ଏକ ଘୂର୍ଣ୍ଣିବଳୟ ସୃ‌ଷ୍ଟି ହୋ
ରାଜ୍ୟରେ ପ୍ରବଳ ବର୍ଷୁଛି


ଭୁବନେଶ୍ୱର, 7 ସେପ୍ଟେମ୍ବର (ହି.ସ.)- ରାଜ୍ୟରେ ପ୍ରବଳ

ବର୍ଷା ଜାରି ରହିଛି । ଉତ୍ତର-ପଶ୍ଚିମ ବଙ୍ଗୋପସାଗର ଏବଂ ଏହାର ପାର୍ଶ୍ବବର୍ତ୍ତୀ

ପଶ୍ଚିମ-କେନ୍ଦ୍ରୀୟ ବଙ୍ଗୋପସାଗର ସହିତ ଦକ୍ଷିଣ ଓଡ଼ିଶା ଓ ଉତ୍ତର ଆନ୍ଧ୍ରପ୍ରଦେଶ ଉପକୂଳ

ଅଞ୍ଚଳରେ ଏକ ଘୂର୍ଣ୍ଣିବଳୟ ସୃ‌ଷ୍ଟି ହୋଇଛି। ଗତକାଲି ରାଜ୍ୟର ବିଭିନ୍ନ ଅଞ୍ଚଳରେ ବର୍ଷା

ହୋଇଥିବାବେଳେ ଆସନ୍ତା ୨୪ ଘଣ୍ଟା ମଧ୍ୟରେ ମୟୂରଭଞ୍ଜ, କେନ୍ଦୁଝର, ସୁନ୍ଦରଗଡ଼,

ଗଞ୍ଜାମ ଏବଂ ଗଜପତି ଜିଲାକୁ ପ୍ରବଳ ବର୍ଷା ନେଇ ସତର୍କ

ସୂଚନା ଜାରି ହୋଇଛି।

---------------

ହିନ୍ଦୁସ୍ଥାନ ସମାଚାର / ସ୍ୱାଗତିକା


 rajesh pande