ଭୁବନେଶ୍ୱର, ୦୮ ସେପ୍ଟେମ୍ବର (ହି.ସ.)- ନୂଆପଡ଼ା ବିଧାୟକ ରାଜେନ୍ଦ୍ର ଢୋଲକିଆଙ୍କ ପରଲୋକରେ ବିଧାନସଭା ବାଚସ୍ପତି ଶ୍ରୀମତୀ ସୁରମା ପାଢୀ ଗଭୀର ଶୋକ ପ୍ରକାଶ କରିଛନ୍ତି।
ଏକ୍ସରେ ବାଚସ୍ପତି ଲେଖିଛନ୍ତି ପବିତ୍ର ଓଡ଼ିଶା ବିଧାନସଭାର ବରିଷ୍ଠ ସଦସ୍ୟ,ପୂର୍ବତନ ମନ୍ତ୍ରୀ ତଥା ନୂଆପଡ଼ା ବିଧାୟକ ଶ୍ରୀଯୁକ୍ତ ରାଜେନ୍ଦ୍ର ଢୋଲକିଆଙ୍କ ପରଲୋକ ଖବର ଶୁଣି ମୁଁ ଦୁଃଖିତ ଓ ମର୍ମାହତ। ଅଂଚଳବାସୀଙ୍କ ସେବା କ୍ଷେତ୍ରରେ ତାଙ୍କର ଅବଦାନ ଅବିସ୍ମରଣୀୟ ହୋଇରହିବ ।ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ନିକଟରେ ଅମର ଆତ୍ମାଙ୍କ ସଦଗତି କାମନା କରୁଛି । ଓମ୍ ଶାନ୍ତି।
---------------
ହିନ୍ଦୁସ୍ଥାନ ସମାଚାର / ବନ୍ଦନା