ସମ୍ବଲପୁର, ୮ ସେପ୍ଟେମ୍ବର (ହି.ସ.)- ସୋମବାର ଦିନ ୧୨ଟା ସୁଦ୍ଧା ୪ଟି ସ୍ଲୁଇସ୍ ଗେଟ୍ ଦେଇ ହୀରାକୁଦ ଜଳଭଣ୍ଡାରରୁ ବନ୍ୟାଜଳ ନିଷ୍କାସନ ଚାଲିଥିବା ବେଳେ ପରେ ୨ଟି ସ୍ଲୁଇସ୍ ଗେଟ୍ କୁ ବନ୍ଦ କରାଯାଇଛି । ୨ଟି ସ୍ଲୁଇସ୍ ଗେଟ୍ ଦେଇ ମହାନଦୀକୁ ବନ୍ୟାଜଳ ନିଷ୍କାସନ ଜାରି ରହିଛି । ଜଳଭଣ୍ଡାରର ବାମ ପାଶ୍ୱର୍ ଡାଇକ୍ ର ଗୋଟିଏ ଓ ଡାହାଣ ପାଶ୍ୱର୍ ଡାଇକ୍ ର ଗୋଟିଏ ସ୍ଲୁଇସ୍ ଗେଟ୍ ଖୋଲା ରହିଛି ।
ଜଳଭଣ୍ଡାରର ଜଳ ଧାରଣ କ୍ଷମତା ୬୩୦ ଫୁଟ୍ ରହିଥିବା ବେଳେ ସନ୍ଧ୍ୟା ୬ଟା ସୁଦ୍ଧା ଜଳଭଣ୍ଡାରର ଜଳ ପତନ ୬୨୭.୨୭ ଫୁଟ୍ ରହିଛି । ଜଳଭଣ୍ଡାର ମଧ୍ୟକୁ ପ୍ରତି ସେକେଣ୍ଡରେ ୧ ଲକ୍ଷ ୨୩ ହଜାର ୬୦୦ କ୍ୟୁସେକ୍ ଜଳ ପ୍ରବେଶ କରୁଥିବା ବେଳେ ୨ଟି ସ୍ଲୁଇସ୍ ଗେଟ୍, ସ୍ପିଲୱେ ଓ ପାୱାର ଚେନେଲ ଦେଇ ପ୍ରତି ସେକେଣ୍ଡରେ ୭୨ ହଜାର ୭୭୨ କ୍ୟୁସେକ୍ ଜଳ ନିଷ୍କାସନ ହେଉଛି । ଜଳଭଣ୍ଡାରର ଜଳ ପତନ ଉପରେ ବିଭାଗୀୟ ସର୍ବୋଚ୍ଚ ଯନ୍ତ୍ରୀ ଓ ବିଶେଷଜ୍ଞ ମାନେ ତୀକ୍ଷ୍ନ ଦୃଷ୍ଟି ରଖିଛନ୍ତି ।
ହିନ୍ଦୁସ୍ଥାନ ସମାଚାର / ପ୍ରଦୀପ୍ତ