ତୁଷୁରା ସରକାରୀ ବାଳକ ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ଠାରେ ଅନ୍ତର୍ଜାତୀୟ ସାକ୍ଷରତା ଦିବସ ପାଳିତ
ବଲାଙ୍ଗୀର, ୦୮ ସେପ୍ଟେମ୍ବର(ହି.ସ.) – ତୁଷୁରା ଏନ୍‌ଏସି ଅନ୍ତର୍ଗତ ସରକାରୀ ବାଳକ ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ଠାରେ ପ୍ରଧାନ ଶିକ୍ଷକ ଡ. ହେମନ୍ତ କୁମାର ଦାଶଙ୍କ ଅଧ୍ୟକ୍ଷତାରେ ଅନ୍ତର୍ଜାତୀୟ ସାକ୍ଷରତା ଦିବସ ପାଳିତ ହୋଇ ଯାଇଛି। ଏଥିରେ ସହକାରୀ ଶିକ୍ଷୟିତ୍ରୀ ପ୍ରଶାନ୍ତି ଦାସ, ରଞ୍ଜିତା ନାଗ, ବିନ୍ଦୁ ମ
*ତୁଷୁରା ସରକାରୀ ବାଳକ ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ଠାରେ ଅନ୍ତର୍ଜାତୀୟ ସାକ୍ଷରତା ଦିବସ ପାଳିତ*


ବଲାଙ୍ଗୀର, ୦୮ ସେପ୍ଟେମ୍ବର(ହି.ସ.) – ତୁଷୁରା ଏନ୍‌ଏସି ଅନ୍ତର୍ଗତ ସରକାରୀ ବାଳକ ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ଠାରେ ପ୍ରଧାନ ଶିକ୍ଷକ ଡ. ହେମନ୍ତ କୁମାର ଦାଶଙ୍କ ଅଧ୍ୟକ୍ଷତାରେ ଅନ୍ତର୍ଜାତୀୟ ସାକ୍ଷରତା ଦିବସ ପାଳିତ ହୋଇ ଯାଇଛି। ଏଥିରେ ସହକାରୀ ଶିକ୍ଷୟିତ୍ରୀ ପ୍ରଶାନ୍ତି ଦାସ, ରଞ୍ଜିତା ନାଗ, ବିନ୍ଦୁ ମାହାଣା ଓ ଆକାଂକ୍ଷା ରାଣୀ ଯୋଶୀ ତଥା ପରିଚାଳନା ସମିତିର ସଦସ୍ୟ ସଦସ୍ୟା ଓ ଅଭିଭାବକ ଅଭିଭାବିକା ଯୋଗ ଦେଇଥିଲେ। ସଭା ଶେଷରେ ସମସ୍ତେ ଏକ ବିଶାଳ ଶୋଭାଯାତ୍ରାରେ ବାହାରି ସହର ପରିକ୍ରମା ସହ ଜନ ସଚେତନତା ସୃଷ୍ଟି କରିବା ପାଇଁ ବିଭିନ୍ନ ନାରା ଦେଇଥିଲା।

ହିନ୍ଦୁସ୍ଥାନ ସମାଚାର/ଗୋପବନ୍ଧୁ/ବୀଣାପାଣି

.......................................

ହିନ୍ଦୁସ୍ଥାନ ସମାଚାର / ଗୋପବନ୍ଧୁ


 rajesh pande