ଭୁବନେଶ୍ୱର, ୦୮ ସେପ୍ଟେମ୍ବର (ହି.ସ.)- ନୂଆପଡ଼ା ବିଧାୟକ ରାଜେନ୍ଦ୍ର ଢୋଲକିଆଙ୍କ ପରଲୋକରେ ପିସିସି ସଭାପ୍ତ ଭକ୍ତ ଚରଣ ଦାସ ଗଭୀର ଶୋକ ପ୍ରକାଶ କରିଛନ୍ତି। ଏକ ଶୋକ ବାର୍ତାରେ ସେ ଲେଖିଛନ୍ତି ନୂଆପଡ଼ା ବିଧାୟକ ଶ୍ରୀ ରାଜେନ୍ଦ୍ର ଢୋଲକିଆଙ୍କ ଅକାଳ ବିୟୋଗ ବିଷୟରେ ଜାଣି ମୁଁ ଅତ୍ୟନ୍ତ ଦୁଃଖିତ ।
ଏହି ଦୁଃଖଦ ସମୟରେ ଶୋକସନ୍ତପ୍ତ ପରିବାର ବର୍ଗଙ୍କ ପ୍ରତି ମୋର ଗଭୀର ସମବେଦନା ଜଣାଉଛି । ଦିବଙ୍ଗତ ଆତ୍ମାଙ୍କ ସଦଗତି ନିମନ୍ତେ ପ୍ରାର୍ଥନା କରୁଛି।
---------------
ହିନ୍ଦୁସ୍ଥାନ ସମାଚାର / ବନ୍ଦନା