ଭୁବନେଶ୍ୱର, ୮ ସେପ୍ଟେମ୍ବର (ହି.ସ.)- ଗତ ୨୪ ଘଂଟା ମଧ୍ୟରେ ରାଜ୍ୟର ଗୋଟିଏ ସ୍ଥାନରେ ଅତି ଭୀଷଣ ବର୍ଷା ହୋଇଥିବା ବେଳେ ଗୋଟିଏ ସ୍ଥାନରେ ଭୀଷଣ ବର୍ଷା ହୋଇଛି ଏବଂ ଅନ୍ୟ କେତେକ ସ୍ଥାନରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ହୋଇଛି । ଝାରସୁଗୁଡ଼ା ଜିଲ୍ଲାର ଲଇକେରାରେ ସର୍ବାଧିକ ୧୨୨.୪ ମି.ମି. ବର୍ଷା ରେକର୍ଡ଼ ହୋଇଛି ।
ସେହିପରି ବରଗଡ଼ ଜିଲ୍ଲାର ଝାରବନ୍ଧରେ ୭୮.୦ ମି.ମି., କନ୍ଧମାଳ ଜିଲ୍ଲାର ଟିକାବାଲିରେ ୬୦.୦ ମି.ମି., ଝାରସୁଗୁଡ଼ା ଜିଲ୍ଲାର କିରମରାରେ ୫୬.୨ ମି.ମି., ନବରଙ୍ଗପୁର ଜିଲ୍ଲାର ଝରିଗାଁରେ ୫୫.୪ ମି.ମି., ସୋନପୁର ଜିଲ୍ଲାର ଉଲୁଣ୍ଡାରେ ୫୪.୦ ମି.ମି., କଳାହାଣ୍ଡି ଜିଲ୍ଲାର କର୍ଲାମୁଣ୍ଡାରେ ୪୯.୦ ମି.ମି., ବଲାଙ୍ଗିର ଜିଲ୍ଲାର ବଲାଙ୍ଗିରରେ ୪୬.୦ ମି.ମି., କନ୍ଧମାଳ ଜିଲ୍ଲାର ଫିରିଙ୍ଗିଆରେ ୪୪.୨ ମି.ମି., କୋରାପୁଟ ଜିଲ୍ଲାର ସିମିଳିଗୁଡ଼ାରେ ୪୨.୦ ମି.ମି., ଗଜପତି ଜିଲ୍ଲାର ଗୁମ୍ମାରେ ୩୬.୫ ମି.ମି., କଳାହାଣ୍ଡି ଜିଲ୍ଲାର ଜୟପାଟଣାରେ ୩୫.୦ ମି.ମି. ଏବଂ ନବରଙ୍ଗପୁର ଜିଲ୍ଲାର ରାଇଘରରେ ୩୫.୦ ମି.ମି. ବର୍ଷା ରେକର୍ଡ଼ ହୋଇଛି । ଭୁବନେଶ୍ୱର ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ଜାରି ହୋଇଥିବା ଟ୍ୱିଟ୍ ରୁ ଏହି ସୂଚନା ମିଳିଛି ।
ହିନ୍ଦୁସ୍ଥାନ ସମାଚାର / ପ୍ରଦୀପ୍ତ