ଆଗାମୀ ୨୪ ଘଂଟା ମଧ୍ୟରେ ଝଡ଼, କିମ୍ବା ବଜ୍ରପାତ ଓ ପବନ ନେଇ ରାଜ୍ୟର ୩୦ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ
ଭୁବନେଶ୍ୱର, ୮ ସେପ୍ଟେମ୍ବର (ହି.ସ.)- ଆଗାମୀ ୨୪ ଘଂଟା ମଧ୍ୟରେ ଝଡ଼, କିମ୍ବା ବଜ୍ରପାତ ଓ ପବନ ନେଇ ରାଜ୍ୟର ୩୦ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରିଛି ପାଣିପାଗ ବିଭାଗ । ଝଡ଼, କିମ୍ବା ବଜ୍ରପାତ ଓ ପବନ ନେଇ ୯ ତାରିଖ ମଧ୍ୟ ସମସ୍ତ ୩୦ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି । ୧୦ ତାରିଖରେ ଭୀଷଣ
ଆଗାମୀ ୨୪ ଘଂଟା ମଧ୍ୟରେ ଝଡ଼, କିମ୍ବା ବଜ୍ରପାତ ଓ ପବନ ନେଇ ରାଜ୍ୟର ୩୦ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ


ଭୁବନେଶ୍ୱର, ୮ ସେପ୍ଟେମ୍ବର (ହି.ସ.)- ଆଗାମୀ ୨୪ ଘଂଟା ମଧ୍ୟରେ ଝଡ଼, କିମ୍ବା ବଜ୍ରପାତ ଓ ପବନ ନେଇ ରାଜ୍ୟର ୩୦ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରିଛି ପାଣିପାଗ ବିଭାଗ । ଝଡ଼, କିମ୍ବା ବଜ୍ରପାତ ଓ ପବନ ନେଇ ୯ ତାରିଖ ମଧ୍ୟ ସମସ୍ତ ୩୦ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି ।

୧୦ ତାରିଖରେ ଭୀଷଣ ବର୍ଷା, ଝଡ଼, କିମ୍ବା ବଜ୍ରପାତ ଓ ପବନ ନେଇ ୮ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଥିବା ବେଳେ ଝଡ଼ କିମ୍ବା ବଜ୍ରପାତ ଓ ପବନ ନେଇ ୨୨ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରିଛି ପାଣିପାଗ ବିଭାଗ । ୧୧ ତାରିଖରେ ଭୀଷଣରୁ ଅତି ଭୀଷଣ ବର୍ଷା, ଝଡ଼, କିମ୍ବା ବଜ୍ରପାତ ଓ ପବନ ନେଇ ୨ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ ଜାରି ହୋଇଥିବା ବେଳେ ଭୀଷଣ ବର୍ଷା, ଝଡ଼, କିମ୍ବା ବଜ୍ରପାତ ଓ ପବନ ନେଇ ୫ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି । ଏହା ବ୍ୟତୀତ ଝଡ଼, କିମ୍ବା ବଜ୍ରପାତ ଓ ପବନ ନେଇ ୨୩ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି ।

୧୨ ତାରିଖରେ ଭୀଷଣରୁ ଅତି ଭୀଷଣ ବର୍ଷା, ଝଡ଼, କିମ୍ବା ବଜ୍ରପାତ ଓ ପବନ ନେଇ ୨ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ ଜାରି ହୋଇଥିବା ବେଳେ ଭୀଷଣ ବର୍ଷା, ଝଡ଼, କିମ୍ବା ବଜ୍ରପାତ ଓ ପବନ ନେଇ ୫ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି । ଏହା ବ୍ୟତୀତ ଝଡ଼, କିମ୍ବା ବଜ୍ରପାତ ଓ ପବନ ନେଇ ୨୩ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି । ୧୩ ତାରିଖରେ ଭୀଷଣ ବର୍ଷା ନେଇ ୨ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି । ୧୪ ତାରିଖ ପାଇଁ କୌଣସି ଚେତାବନୀ ନାହିଁ । ଭୁବନେଶ୍ୱର ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ଜାରି ହୋଇଥିବା ଟ୍ୱିଟ୍ ରୁ ଏହି ସୂଚନା ମିଳିଛି ।

ହିନ୍ଦୁସ୍ଥାନ ସମାଚାର / ପ୍ରଦୀପ୍ତ


 rajesh pande