ଭୁବନେଶ୍ୱର, 8 ସେପ୍ଟେମ୍ବର (ହି.ସ.)- ପୂର୍ବତନ
ମନ୍ତ୍ରୀ ରାଜେନ୍ଦ୍ର ଢୋଲକିଆଙ୍କ ବିୟୋଗରେ ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକ ଶୋକ ପ୍ରକାଶ
କରିଛନ୍ତି । ଏନେଇ ସୋସିଆଲ ମିଡିଆ ଏକ୍ସରେ ନବୀନ ପଟ୍ଟନାୟକ କହିଛନ୍ତି ଯେ, ବିଜୁ ଜନତା ଦଳର
ବରିଷ୍ଠ ରାଜନେତା, ନୂଆପଡ଼ାର
ବିଧାୟକ ତଥା ପୂର୍ବତନ ମନ୍ତ୍ରୀ ରାଜେନ୍ଦ୍ର ଢୋଲକିଆଙ୍କ ଦେହାନ୍ତ ବିଷୟରେ ଜାଣି ମୁଁ ଗଭୀର
ଦୁଃଖିତ।
ନବୀନ କହିଛନ୍ତି ଯେ, ଦଳର
ସଙ୍ଗଠନକୁ ମଜଭୁତ କରିବା ସହ ଲୋକଙ୍କ ହକ୍ ପାଇଁ ସ୍ୱର ଉଠାଇବାରେ ସେ ସବୁବେଳେ ଆଗରେ ଥିଲେ।
ତାଙ୍କ ବିୟୋଗ ଦଳ ପାଇଁ ଏକ ଅପୂରଣୀୟ କ୍ଷତି। ଜନସେବାରେ ତାଙ୍କର କାର୍ଯ୍ୟ ସବୁବେଳେ ସ୍ମରଣୀୟ
ରହିବ। ତାଙ୍କ ଅମର ଆତ୍ମାର ସଦଗତି କାମନା କରିବା ସହ ଶୋକସନ୍ତପ୍ତ ପରିବାର ସଦସ୍ୟଙ୍କ ପ୍ରତି
ମୋର ସମବେଦନା ଜଣାଉଛି।
---------------
ହିନ୍ଦୁସ୍ଥାନ ସମାଚାର / ସ୍ୱାଗତିକା