ଭୁବନେଶ୍ୱର, ୦୯ ସେପ୍ଟେମ୍ବର (ହି.ସ)- ବିଜେଡିରୁ ଇସ୍ତଫା ଦେଇଛନ୍ତି ପୂର୍ବତନ ରାଜ୍ୟସଭା ସାଂସଦ ଏନ୍. ଭାସ୍କର ରାଓ। ବିଜେଡିର ପ୍ରାଥମିକ ସଦସ୍ୟ ପଦରୁ ଇସ୍ତଫା ଦେଇଛନ୍ତି। ଏହା ସହ ଏକ ନୂଆ ଦଳ ଗଠନ କରିଛନ୍ତି। ଯାହାର ନାଁ ବିଜୁ ସ୍ୱାଭିମାନ ମଂଚ ରଖାଯାଇଛି ବୋଲି ସେ ସୂଚନା ଦେଇଛନ୍ତି। ତାଙ୍କ ସହ ପୂର୍ବତନ ମନ୍ତ୍ରୀ ଲାଲବିହାରୀ ହିମିରିକା ଏବଂ ପୂର୍ବତନ ଜିଲ୍ଲାପରିଷଦ ଅଧ୍ୟକ୍ଷ ଗଙ୍ଗାଧର ପୁଆଲା ମଧ୍ୟ ବିଜେଡି ଛାଡ଼ିଛନ୍ତି। ଏକ ସାମ୍ବାଦିକ ସମ୍ମିଳନୀରେ ବିଜେଡି ପ୍ରତି ଅସନ୍ତୋଷ ଝାଡ଼ିବା ପରେ ସେମାନେ ଇସ୍ତଫା ଦେଇଛନ୍ତି। ଇସ୍ତଫା ପୂର୍ବରୁ ହଜାର ସଂଖ୍ୟାରେ ବିଜେଡି ନେତା ଓ କର୍ମୀ ଭାସ୍କର ରାଓଙ୍କ କାର୍ଯ୍ୟାଳୟରେ ଏକତ୍ରିତ ହୋଇଥିଲେ।
---------------
ହିନ୍ଦୁସ୍ଥାନ ସମାଚାର / ବନ୍ଦନା