ଶୀତ ଲହରି ନେଇ ଆଗାମୀ ୨୪ ଘଂଟା ପାଇଁ ୬ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ
ଭୁବନେଶ୍ୱର, ୧୦ ଜାନୁଆରୀ (ହି.ସ.)- ଶୀତ ଲହରି ନେଇ ଆଗାମୀ ୨ ଦିନ ପାଇଁ ରାଜ୍ୟର କେତେକ ଜିଲ୍ଲାକୁ ଚେତାବନୀ ଜାରି କରିଛି ପାଣିପାଗ ବିଭାଗ । ଶୀତ ଲହରି ନେଇ ଆଗାମୀ ୨୪ ଘଂଟା ପାଇଁ ୬ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରିଛି ପାଣିପାଗ ବିଭାଗ । ସେହି ଜିଲ୍ଲା ଗୁଡିକ ହେଲା ସୁନ୍ଦରଗଡ଼, ଝାରସୁଗୁଡ଼ା,
ଶୀତ ଲହରି ନେଇ ଆଗାମୀ ୨୪ ଘଂଟା ପାଇଁ ୬ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ


ଭୁବନେଶ୍ୱର, ୧୦ ଜାନୁଆରୀ (ହି.ସ.)- ଶୀତ ଲହରି ନେଇ ଆଗାମୀ ୨ ଦିନ ପାଇଁ ରାଜ୍ୟର କେତେକ ଜିଲ୍ଲାକୁ ଚେତାବନୀ ଜାରି କରିଛି ପାଣିପାଗ ବିଭାଗ ।

ଶୀତ ଲହରି ନେଇ ଆଗାମୀ ୨୪ ଘଂଟା ପାଇଁ ୬ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରିଛି ପାଣିପାଗ ବିଭାଗ । ସେହି ଜିଲ୍ଲା ଗୁଡିକ ହେଲା ସୁନ୍ଦରଗଡ଼, ଝାରସୁଗୁଡ଼ା, ଅନୁଗୁଳ, କଟକ, ଖୋର୍ଦ୍ଧା, ଜଗତସିଂହପୁର ।

ସେହିପରି ଶୀତ ଲହରି ନେଇ ୧୧ ତାରିଖ ସକାଳ ଠାରୁ ୧୨ ତାରିଖ ସକାଳ ସୁଦ୍ଧା ୩ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି । ସେହି ଜିଲ୍ଲା ଗୁଡିକ ହେଲା ସୁନ୍ଦରଗଡ଼, ଝାରସୁଗୁଡ଼ା, ଅନୁଗୁଳ । ପରବର୍ତୀ ୫ ଦିନ ଅର୍ଥାତ୍ ୧୨ ତାରିଖ ସକାଳ ଠାରୁ ୧୭ ତାରିଖ ସକାଳ ପର୍ଯ୍ୟନ୍ତ କୌଣସି ଚେତାବନୀ ନାହିଁ । ଭୁବନେଶ୍ୱର ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ଶନିବାର ଜାରି ହୋଇଥିବା ଟ୍ୱିଟ୍ ରୁ ଏହି ସୂଚନା ମିଳିଛି ।

ହିନ୍ଦୁସ୍ଥାନ ସମାଚାର / ପ୍ରଦୀପ୍ତ


 rajesh pande