
ଭୁବନେଶ୍ୱର, ୧୦ ଜାନୁୟାରୀ (ହି.ସ)- ରାଉରକେଲାଠାରେ ବିମାନ ଦୁର୍ଘଟଣା ପ୍ରସଙ୍ଗରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଦୁଃଖ ପ୍ରକାଶ କରିବା ସହ ଆହତ ମାନଙ୍କର ଆଶୁ ଆରୋଗ୍ୟ କାମନା କରିଛନ୍ତି। ଏହାସହ ଆହତ ବ୍ୟକ୍ତି ମାନଙ୍କୁ ଚିକିତ୍ସା ଯୋଗାଇଦେବାକୁ ମୁଖ୍ୟମନ୍ତ୍ରୀ ନିର୍ଦ୍ଦେଶ ଦେଇଛନ୍ତି।
ମୁଖ୍ୟମନ୍ତ୍ରୀ ଏକ୍ସରେ ପୋଷ୍ଟ କରି ଲେଖିଛନ୍ତି ରାଉରକେଲାଠାରେ ଘଟିଥିବା ବିମାନ ଦୁର୍ଘଟଣା ବିଷୟରେ ଜାଣି ମୁଁ ଅତ୍ୟନ୍ତ ଦୁଃଖିତ। ମହାପ୍ରଭୁ ଜଗନ୍ନାଥଙ୍କ କୃପାରୁ ସମସ୍ତ ଯାତ୍ରୀ ସୁରକ୍ଷିତ ଥିବା ଖବର ଆଶ୍ୱସ୍ତିକର। ଏହି ଘଟଣାରେ ଆହତ ହୋଇଥିବା ବ୍ୟକ୍ତିମାନଙ୍କୁ ତୁରନ୍ତ ସର୍ବୋତମ ଚିକିତ୍ସା ସେବା ଯୋଗାଇବା ପାଇଁ ନିର୍ଦ୍ଦେଶ ଦେଇଛି। ମୁଁ ବ୍ୟକ୍ତିଗତ ଭାବେ ସ୍ଥିତି ଉପରେ ନଜର ରଖିଛି। ମହାପ୍ରଭୁ ଶ୍ରୀ ଜଗନ୍ନାଥଙ୍କ ନିକଟରେ ସମସ୍ତଙ୍କର ଆଶୁ ଆରୋଗ୍ୟ ପାଇଁ ପ୍ରାର୍ଥନା କରୁଛି।
---------------
ହିନ୍ଦୁସ୍ଥାନ ସମାଚାର / ବନ୍ଦନା