
ଭୁବନେଶ୍ୱର,21 ଜାନୁଆରୀ (ହି.ସ.) ବିଜେପି ରାଜ୍ୟ ସାଧାରଣ ସମ୍ପାଦକ ଶ୍ରୀ ବିରଂଚି ନାରାୟଣ ତ୍ରିପାଠୀଙ୍କ ମାତାଙ୍କ ବିୟୋଗରେ କେନ୍ଦ୍ର ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଗଭୀର ଶୋକ ପ୍ରକାଶ କରିଛନ୍ତି ।
ସେ ସୋସିଆଲ ମିଡିଆରେ ଲେଖିଛନ୍ତି, ଆମ ଦଳର ରାଜ୍ୟ ସାଧାରଣ ସମ୍ପାଦକ ଶ୍ରୀ ବିରଞ୍ଚି ନାରାୟଣ ତ୍ରିପାଠୀଙ୍କ ମାତା ଶ୍ରୀମତୀ ଚନ୍ଦ୍ରମଣୀ ତ୍ରିପାଠୀଙ୍କ ବିୟୋଗ ଖବର ଶୁଣି ମୁଁ ଦୁଃଖିତ ଓ ମର୍ମାହତ । ସେ ଜଣେ ସ୍ନେହୀ ଓ ଧର୍ମପରାୟଣା ମହିଳା ଥିଲେ । ଅମର ଆତ୍ମାର ସଦଗତି କାମନା କରିବା ସହ ଶୋକସନ୍ତପ୍ତ ପରିବାର ବର୍ଗଙ୍କ ପ୍ରତି ମୋର ସମବେଦନା ଜଣାଉଛି ।
---------------
ହିନ୍ଦୁସ୍ଥାନ ସମାଚାର / ସମନ୍ୱୟ