
ଭୁବନେଶ୍ୱର, ୧୧ ଜାନୁଆରୀ (ହି.ସ.)- ରବିବାର ସକାଳେ ରାଜ୍ୟର ଫୁଲବାଣୀରେ ମଧ୍ୟମ ଧରଣର କୁହୁଡ଼ି ଦେଖିବାକୁ ମିଳିଥିବା ବେଳେ ଓ ଭବାନୀପାଟଣାରେ ହାଲୁକା କୁହୁଡ଼ି ଦେଖିବାକୁ ମିଳିଛି ।
ଫୁଲବାଣୀରେ କୁହୁଡ଼ିର ଦୃଶ୍ୟମାନ ଦୂରତା ୨୦୦ ମିଟରରୁ ୫୦୦ ମିଟର ମଧ୍ୟରେ ରହିଛି । ଭବାନୀପାଟଣାରେ କୁହୁଡ଼ିର ଦୃଶ୍ୟମାନ ଦୂରତା ୫୦୦ ମିଟରରୁ ୧୦୦୦ ମିଟର ମଧ୍ୟରେ ରହିଛି । ଭୁବନେଶ୍ୱର ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ଜାରି ହୋଇଥିବା ଟ୍ୱିଟ୍ ରୁ ଏହି ସୂଚନା ମିଳିଛି ।
ହିନ୍ଦୁସ୍ଥାନ ସମାଚାର / ପ୍ରଦୀପ୍ତ